ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଅବଗଣନା ଆରମ୍ଭ ହୋଇଯାଇଛି। ୨ ଦିନ ପରେ ଅର୍ଥାତ୍‌ ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଜନସାଧାରଣ ସେମାନଙ୍କ ମତ ସାବ୍ୟସ୍ତ କରିବେ। ନିଜ ମନପସନ୍ଦ ପ୍ରାର୍ଥୀଙ୍କୁ ସେମାନେ ୫ ବର୍ଷ ପରେ ବାଛିବାର ଆଉ ଏକ ସୁଯୋଗ ପାଇଛନ୍ତି, ତେଣୁ ସେଥିପ୍ରତି ଏବେ ରାଜ୍ୟ ରାଜନୀତି ଉଠୁଚି ପଡୁଚି। ଏଥିଲାଗି ସମସ୍ତ ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିସାରିଛି। ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକ୍‌ ଅନ୍ତର୍ଗତ ୨୦୨ ଜିଲା ପରିଷଦ ଜୋନ୍‌ର ୧୬୬୯ ପଞ୍ଚାୟତରେ ନିର୍ବାଚନ ଅନୁଷ୍ଠିତ ହେବ। ମତଦାନର ୩୬ ଘଣ୍ଟା ପୂର୍ବରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା ଅଞ୍ଚଳ ଲାଗି ସୋମବାର ସନ୍ଧ୍ୟାରୁ ପ୍ରଚାର ବନ୍ଦ ହେବ। ବାହାରୁ ଯାଇ ଡେରା ପକାଇଥିବା ନେତାମାନେ ସେହି ଏରିଆ ଛାଡ଼ିବେ। ଗୋଟିଏ ନିର୍ବାଚନମଣ୍ଡଳୀ ମଧ୍ୟରେ ବାହାର ନିର୍ବାଚନମଣ୍ଡଳୀର ଭୋଟର କିମ୍ବା ନିର୍ବାଚନ ପ୍ରଚାର କାର୍ଯ୍ୟରେ ନିୟୋଜିତ ଥିବା ରାଜନୈତିକ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ରହିପାରିବେ ନାହିଁ ବୋଲି ନିର୍ବାଚନ କମିଶନ କହିସାରିଛନ୍ତି। ମତଦାନ ଲାଗି ସୋମବାରଠାରୁ ପୋଲିଂ ଅଧିକାରୀମାନେ ମଧ୍ୟ ମତଦାନ କେନ୍ଦ୍ର ଅଭିମୁଖେ ଗସ୍ତ କରିବେ। ପ୍ରଥମ ପର୍ଯ୍ୟାୟରେ ୧୧ ଜିଲା ଯଥା-ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ରାୟଗଡ଼ା ଓ କୋରାପୁଟକୁ ପୋଲିଂ ଅଧିକାରୀମାନେ ଗସ୍ତ କରିବେ। ମଙ୍ଗଳବାର ବାକି ୧୯ଟି ଜିଲାକୁ ଅଧିକାରୀମାନେ ଯିବେ।
ଅନ୍ୟପକ୍ଷରେ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ଅଞ୍ଚଳ ଲାଗି ଜୋରସୋରରେ ପ୍ରଚାର ଚାଲିଛି। ପ୍ରାର୍ଥୀମାନେ ଘରକୁ ଘର ବୁଲି ଭୋଟ୍‌ ଭିକ୍ଷା କରିବା ସହ ବିଭିନ୍ନ ପ୍ରତିଶ୍ରୁତି ଦେଉଛନ୍ତି। ଏହାସହ ବାଇକ୍‌ ରାଲି ଓ ଶୋଭାଯାତ୍ରା କରି ଭୋଟର୍‌ଙ୍କ ନିକଟତର ହେବାକୁ ଚେଷ୍ଟା କରାଯାଉଛି। ପ୍ରଥମ ପର୍ଯ୍ୟାୟ ପ୍ରଚାରର ଶେଷ ସୁଯୋଗ ଥିବାରୁ ପ୍ରାର୍ଥୀମାନେ ଦିନରାତି ଏକ କରିଦେଇଛନ୍ତି। ସୂଚନାଯୋଗ୍ୟ, ୧୬ ତାରିଖରୁ ୫ଟି ପର୍ଯ୍ୟାୟରେ ଦିନେ ଛଡ଼ା ଦିନେ ପଞ୍ଚାୟତ ଭୋଟ୍‌ ଗ୍ରହଣ ହେବ। ଏଥିପାଇଁ ବୁଥ୍‌ଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି। କମିଶନଙ୍କ ଦ୍ୱାରା ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍‌ରେ ଅତିରିକ୍ତ ପୋଲିସ ମୁତୟନ କରାଯିବ। ୧୬ରେ ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ଟି ବ୍ଲକ୍‌ ଅନ୍ତର୍ଗତ ୨୦୨ ଜିଲା ପରିଷଦ ଆସନ, ୧୬୬୯ ସରପଞ୍ଚ ଓ ସମାନ ସଂଖ୍ୟକ ସମିତି ସଭ୍ୟ, ୨୨୩୭୯ଟି ୱାର୍ଡମେମ୍ବର ପଦବୀ ପାଇଁ ଭୋଟ୍‌ ଗ୍ରହଣ ଅନୁଷ୍ଠିତ ହେବ। ମୋଟ୍‌ ୬୭ ଲକ୍ଷ ୫୧ ହଜାର ୦୬୮ଜଣ ଭୋଟର୍‌ ନିଜର ମତାଧିକାର ସାବ୍ୟସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri