ଆଜି ଶ୍ରାବଣର ପ୍ରଥମ ସୋମବାର: ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ପ୍ରଥମ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା।
ପାଣି ଢ଼ାଳିବା ପାଇଁ ଶିବଭକ୍ତମାନେ ବଡ଼ ଉତ୍ସାହର ସହ ଶୈବପୀଠକୁ ଯାତ୍ରା କରିଛନ୍ତି। ରବିବାର ଦିନରୁ ରାତି ସାରା ରାଜଧାନୀ ରାଜରାସ୍ତାରେ କାଉଡ଼ିଆମାନେ ଯାଉଥିବା ଦେଖିବାକୁ ମିଳିଥିଲା। ଏଥିପାଇଁ ରାଜଧାନୀର ବିଭିନ୍ନ ଶୈବପୀଠରେ ଆବଶ୍ୟକ ପ୍ରସ୍ତୁତି ମଧ୍ୟ କରାଯାଇଛି।
ଅନ୍ୟପକ୍ଷରେ ଜଳାଭିଷେକ ଲାଗି ଲିଙ୍ଗରାଜ ମନ୍ଦିରରେ ହେବାକୁ ଥିବା ଭିଡକୁ ଲକ୍ଷ କରି କମିସନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ଡିସିପି କହିଛନ୍ତି, ଲିଙ୍ଗରାଜ ମନ୍ଦିରରେ ପାଣି ଢାଳିବା ପାଇଁ ୪ ସପ୍ତାହ ଯାଏଁ ଭିଡ଼ ରହିବ ।
ଏହିପାଇଁ ସହର ସାରା ରୁଟ ଲାଇନିଂ ବ୍ୟବସ୍ଥା ସହ ଟ୍ରାଫିକ ମ୍ୟାନେଜମେଣ୍ଟ କରାଯିବ । ମନ୍ଦିର ଭିତରେ ଓ ବାହାରେ ଓଡ୍ରାଫ ସହ ଫାୟାର ଓ ମୋବାଇଲ ମେଡିକାଲ ୟୁନିଟ ବ୍ୟବସ୍ଥା କରାଯାଇଛି। ସେହିଭଳି ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ବ୍ୟାରିକେଟ ବ୍ୟବସ୍ଥା କରାଯାଇଛି ।
ଏଥିସହ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜଣେ ଅତିରିକ୍ତ ଡିସିପିଙ୍କ ନେତୃତ୍ୱରେ ୫ ଏସିପି, ୮ ଆଇଆଇସି, ୩୩ ଏସଆଇଙ୍କ ସହ ୬ ପ୍ଲାଟୁନ ପୋଲିସ ଫୋର୍ସ, ୫୦ ହୋମଗାର୍ଡଙ୍କୁ ନିୟୋଜିତ କରାଯିବ। ମହିଳା ଭକ୍ତଙ୍କ ପାଇଁ ମହିଳା ପୋଲିସ ଫୋର୍ସ ଓ ମହିଳା ପୋଲିସ ଅଫିସର ମଧ୍ୟ ନିଯୁକ୍ତି କରାଯିବ ବୋଲି ଡିସିପି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri