ଆଜି ଶ୍ରାବଣର ପ୍ରଥମ ସୋମବାର

ଭୁବନେଶ୍ୱର,୨୨ା୭(ସୂର୍ଯ୍ୟକାନ୍ତ ବେହେରା):ଶ୍ରାବଣ ମାସର ପ୍ରଥମ ସୋମବାର। ଶୈବପୀଠରେ ଜଳଲାଗି ପାଇଁ ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁଙ୍କ ଆଗମନ ଲାଗି ରହିବ। ଜଳ ଉଠାଇବାଠାରୁ ଠାକୁରଙ୍କ ଜଳଲାଗି ପର୍ଯ୍ୟନ୍ତ ସବୁକିଛି କିପରି ସୁରକ୍ଷିତ ତଥା ଶୃଙ୍ଖଳିତ ଭାବେ ହେବ ସେଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। କାଉଡ଼ିଆଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, କ୍ରାଉଡ୍‌ ମ୍ୟାନେଜମେଣ୍ଟ, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଲିଙ୍ଗରାଜ ମନ୍ଦିର ଓ ଅନ୍ୟ ୨୬ଟି ସ୍ଥାନରେ ୨ଜଣ ଅତିରିକ୍ତ ଡିସିପି, ୪ଜଣ ଏସିପି, ୬ ଇନ୍ସପେକ୍ଟର, ୩୦ ସବ୍‌ଇନ୍ସପେକ୍ଟର ଓ ଏଏସ୍‌ଆଇଙ୍କ ସହ ମୋଟ ୧୫ ସେକ୍ସନ ଫୋର୍ସ ମୁତୟନ ରହିଛନ୍ତି। ସହରର କାଉଡ଼ିଆଙ୍କ ଯିବା ଆସିବା ବାଟରେ ମୋବାଇଲ ପାଟ୍ରୋଲିଂ ଟିମ୍‌, ପିସିଆର ରହିବ। ଦୁର୍ଘଟଣା ରୋକିବା ସହ ଆଶୁ ଚିକିତ୍ସା ପାଇଁ ଛକଗୁଡିକରେ ଫାଷ୍ଟଏଡ୍‌ ଓ ମୋବାଇଲ ମେଡିକାଲ ୟୁନିଟ୍‌ ରହିବ। ଏନେଇ ରବିବାର ଡିସିପି ପ୍ରତୀକ ସିଂ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ମନ୍ଦିର ଭିତରେ ଏଏସଆଇ ପକ୍ଷରୁ ବ୍ୟାରିକେଡ କରାଯାଇଥିବା ବେଳେ ମନ୍ଦିର ଭିତରକୁ ବ୍ଲେଡ୍‌ ଓ ଛୁରି ନେବା ଉପରେ କଟକଣା କରାଯାଇଛି। କାଉଡ଼ିଆମାନେ ବେଢା ଭିତରେ ଆଡ଼କାଠ ନିକଟରେ ଥିବା ଏକ ତମ୍ବା ପାତ୍ରରେ ପାଣି ଢାଳିବେ। କୌଣସି ଠେକି ଭିତରକୁ ଛଡ଼ାଯିବ ନାହିଁ। ଠେକି ବେଢାରେ ରଖି ଭିତରକୁ ଦର୍ଶନ କରିବାକୁ ଯାଇପାରିବେ ବୋଲି ସୂଚନା ଦିଆଯାଇଛି।
ଅପରପକ୍ଷେ ଅଗ୍ନିଶମ ବିଭାଗ ମଧ୍ୟ ସଜାଗ ରହିଛି। ଜଳ ଉଠାଇବା ସ୍ଥାନ ବିନ୍ଦୁ ସାଗରରେ ଏବଂ ଜଳ ଲାଗି ସ୍ଥାନ ଲିଙ୍ଗରାଜ ମନ୍ଦିର ପରିସରରେ ଓଡ୍ରାଫ ଓ ଫାୟାର ଫାଇଟିଂ ୟୁନିଟ ମୁତୟନ ହେବେ। ଏଥିସହ ବିଭିନ୍ନ ନଦୀପଠାରେ ମଧ୍ୟ ଏହି ୟୁନିଟ୍‌ ନିୟୋଜିତ ରହିବେ। ସେହିପରି ବିଭିନ୍ନ ସ୍ଥାନରେ ସିସିଟିଭି ଲାଗିଥିବାବେଳେ କଣ୍ଟ୍ରୋଲ ରୁମ୍‌ରୁ ଏସବୁକୁ ମନିଟର କରାଯିବ ବୋଲି ଡେପୁଟି ଫାୟାର ଅଫିସର ଅବନୀ କୁମାର ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri