Posted inଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ

ମୁମ୍ବାଇ,୧୭ା୩(ପି.ଟି.):ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଶୁକ୍ରବାର ଆରମ୍ଭ ହେବ। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାରତ ପ୍ରଥମ ଦିନିକିଆ ଖେଳିବା ସହିତ ନିଜର ବିଶ୍ୱକପ ପ୍ରସ୍ତୁତି ଆରମ୍ଭ କରିବ। ନିୟମିତ ଅଧିନାୟକ ରୋହିତ ଶର୍ମା ପ୍ରଥମ ଦିନିକିଆ ଖେଳୁନଥିବା ବେଳେ ଷ୍ଟାଣ୍ଡଇନ୍‌ କ୍ୟାପଟେନ୍‌ ହାର୍ଦ୍ଦିକ ପାଣ୍ଡ୍ୟା ଅଧିନାୟକ ଦାୟିତ୍ୱ ସମ୍ଭାଳିବେ। ଦିନିକିଆରେ ପାଣ୍ଡ୍ୟା ପ୍ରଥମ ଥର ପାଇଁ ଅଧିନାୟକ ଦାୟିତ୍ୱ ନେଉଥିବାରୁ ବିଜୟରୁ ଆରମ୍ଭ କରିବାକୁ ଚାହିଁବେ। ପାଣ୍ଡ୍ୟା ଟି୨୦ ଦଳର ନିୟମିତ ଅଧିନାୟକ ରହିଥିବା ବେଳେ ଦିନିକିଆ ଦଳର ଉପ ଅଧିନାୟକ ଅଛନ୍ତି। ଭାରତରେ ଦିନିକିଆ ବିଶ୍ୱକପ ଆୟୋଜିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ଏହି ସିରିଜରେ ଭାରତୀୟ ଦଳକୁ ପ୍ରସ୍ତୁତିର ସୁଯୋଗ ମିଳିବ। ୨୦୧୧ରେ ଶେଷ ଥର ପାଇଁ ଭାରତରେ ଦିନିକିଆ ବିଶ୍ୱକପ ହୋଇଥିବା ବେଳେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିଲା। ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୧ରେ ଜିତିଥିବା ଭାରତୀୟ ଦଳ ଏକ ନୂତନ ଆରମ୍ଭ କରିବାକୁ ଚାହିଁବ। ଏହା ପୂର୍ବରୁ ଭାରତ ଶ୍ରୀଲଙ୍କା ଓ ନ୍ୟୁଜିଲାଣ୍ଡ ବିପକ୍ଷରେ ସୀମିତ ଓଭର ସିରିଜରେ ବିଜୟୀ ହୋଇଥିବା ବେଳେ ସମାନ ପ୍ରଦର୍ଶନ ଦୋହରାଇବାକୁ ପ୍ରୟାସ କରିବ। ୬ଟି ଯାକ ଦିନିକିଆରେ ଓପନର ଶୁବମାନ ଗିଲ୍‌ ଭାରତର ଷ୍ଟାର ଖେଳାଳି ରହିଛନ୍ତି। ୧୧୩.୪୦ ଆଭରେଜରେ ସେ ୫୬୭ ରନ୍‌ ସ୍କୋର କରିଛନ୍ତି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଗିଲ୍‌ଙ୍କ କାନ୍ଧରେ ଭାରତୀୟ ବ୍ୟାଟିଂ ଭାର ରହିବ। ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ଟେଷ୍ଟରେ ମଧ୍ୟ ଗିଲ୍‌ ଚମତ୍କାର ଶତକ ହାସଲ କରିଥିଲେ। ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ବଢିଆ ଫର୍ମରେ ରହିଛନ୍ତି। ୬ ମ୍ୟାଚରୁ ସେ ୬୭.୬୦ ଆଭରେଜରେ ୩୩୮ ରନ୍‌ କରିଛନ୍ତି। ନିକଟରେ ନିଜର ୭୫ ତମ ଶତକ ହାସଲ କରିଥିବା କୋହଲିଙ୍କ ଠାରୁ ଭାରତ ଏକ ଭଲ ଇନିଂସ ଆଶା କରିବ। ଲେଗ୍‌ ସ୍ପିନର ଆଡାମ ଜାମ୍ପା ତାଙ୍କୁ ଏକାଧିକ ଥର ଆଉଟ କରିଥିବା ବେଳେ ଏହି ଲଢେଇ ଉପରେ ନଜର ରହିବ। ବ୍ୟାଟିଂରେ ଏହି ଦୁଇ ଖେଳାଳିଙ୍କ ବ୍ୟତିତ ଲୋକେଶ ରାହୁଲ ଓ ସୂର୍ଯ୍ୟକୁମାର ଯାଦବଙ୍କ ଉପରେ ନଜର ରହିବ। ରୋହିତ ଶର୍ମାଙ୍କ ସ୍ଥାନରେ ଇଶାନ କିଶନ ଓପନର ଭୂମିକାରେ ନଜର ଆସିପାରନ୍ତି। ବୋଲିଂରେ ମହମ୍ମଦ ସିରାଜ ଭାରତର ଟ୍ରମ୍ପକାର୍ଡ ରହିବେ। ଦିନିକିଆରେ ଏକ ନମ୍ବର ବୋଲର ଥିବା ସିରାଜ ୨୦୨୩ରେ ୬ ମ୍ୟାଚ ଖେଳି ୧୪ ଉଇକେଟ ନେଇଛନ୍ତି। ଦ୍ୱିତୀୟ ସଫଳ ବୋଲର ଭାବରେ କୁଲଦୀପ ଯାଦବ ୧୧ ଉଇକେଟ ନେଇଛନ୍ତି। ଏପରିକି ୟୁଜବେନ୍ଦ୍ର ଚହଲଙ୍କ ସହିତ କୁଲଦୀପଙ୍କ ଯୋଡି ବେଶ ଚମତ୍କାର। ତେବେ ରବୀନ୍ଦ୍ର ଜାଡେଜା ଓ ଓ୍ବାଶିଂଟନ୍‌ ସୁନ୍ଦରଙ୍କ ମଧ୍ୟରୁ ଜଣଙ୍କୁ ଖେଳିବାର ସୁଯୋଗ ମିଳିପାରେ। ଦ୍ୱିତୀୟ ପେସ୍‌ ବୋଲର ଭାବେ ମହମ୍ମଦ ଶାମି କିମ୍ବା ଶାର୍ଦ୍ଦୂଳ ଠାକୁରଙ୍କ ମଧ୍ୟରୁ ଜଣଙ୍କୁ ସୁଯୋଗ ମିଳିପାରେ। ବିଗତ ୬ ମାସ ମଧ୍ୟରେ ଅଷ୍ଟ୍ରେଲିଆ ଦିନିକିଆ ଖେଳିନଥିବା ବେଳେ ଏହି ମ୍ୟାଚରେ ଆଷ୍ଟନ ଆଗର ଓ ଡେଭିଡ୍‌ ଓ୍ବାର୍ନର ଦଳକୁ ପ୍ରତ୍ୟାବର୍ତ୍ତନ କରି ପାରନ୍ତି।
ଭାରତୀୟ ଦଳ: ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଶୁବମନ ଗିଲ୍‌, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଲୋକେଶ ରାହୁଲ, ଇଶାନ କିଷନ, ରବୀନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ଓ୍ବାଶିଂଟନ ସୁନ୍ଦର, ୟୁଜବେନ୍ଦ୍ର ଚହଲ, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମ୍ରାନ ମଲିକ, ଶାର୍ଦ୍ଦୂଳ ଠାକୁର, ଅକ୍ଷର ପଟେଲ, ଜୟଦେବ ଉନାଡକଟ୍‌।
ଅଷ୍ଟ୍ରେଲିଆ ଦଳ: ଷ୍ଟିଭେନ ସ୍ମିଥ (ଅଧିନାୟକ), ଡେଭିଡ ଓ୍ବାର୍ନର, ଟ୍ରାଭିସ ହେଡ୍‌, ମାର୍ନସ ଲାବୁସେନ, ମିଚେଲ ମାର୍ଶ, ମାର୍କୁସ ଷ୍ଟୋଇନିସ, ଆଲେକ୍ସ କାରେ, ଗ୍ଲେନ ମ୍ୟାକ୍ସଓ୍ବେଲ, କାମେରନ ଗ୍ରୀନ୍‌, ଜୋଶ୍‌ ଇଂଗ୍ଲିସ, ସିଅନ ଆବଟ, ଆଷ୍ଟନ ଅଗର, ମିଚେଲ ଷ୍ଟାର୍କ, ନାଥାନ ଏଲିସ, ଆଡାମ ଜାମ୍ପା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri