ଆଜି ପ୍ରଥମ ପର୍ଯ୍ୟାୟ ସମବାୟ ସମିତି ନିର୍ବାଚନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରାଥମିକ ସମବାୟ ସମିତି(ପ୍ୟାକ୍ସ)ର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ମୋଟ ୩,୨୫୨ ପ୍ରାଥମିକ ସମବାୟ ସମିତିରୁ ୨,୫୨୧ ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି। ବାକି ୭୩୧ ପ୍ରାଥମିକ ସମବାୟ ସମିତିରେ ନିର୍ବାଚନ ହେବ। ୭୩୧ ସମବାୟ ସମିତିରୁ ୨୪୪ଟି ବୁଥ୍‌ ସମ୍ବେଦନଶୀଳ ଚିହ୍ନଟ କରାଯାଇଛି। ଏହି ବୁଥ୍‌ଗୁଡ଼ିକରେ ଶାନ୍ତିଶୃ୍‌ଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ସହ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମ୍ବେଦନଶୀଳ ବୁଥ୍‌ଗୁଡ଼ିକରେ ସିସିଟିଭି ଲଗାଯାଇଛି। ଜିଲାପାଳ ଏବଂ ଏସ୍‌ପି ଆଇନଶୃଙ୍ଖଳା ପରିସ୍ଥିତି ତଦାରଖ କରିବେ। ଶାନ୍ତିଶୃଙ୍ଖଳାରେ ନିର୍ବାଚନ କରିବାକୁ ପଦକ୍ଷେପ ନିଆଯାଇଛି। ନିର୍ବାଚନ ପରିଚାଳନା ପାଇଁ ୧୯ ଜଣ ଉପନିବନ୍ଧକ, ୫୮ ଜଣ ସହକାରୀ ନିବନ୍ଧକ ନିୟୋଜିତ ହୋଇଛନ୍ତି। ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ। ମୋଟ ୪ ଲକ୍ଷ ୫୩ ହଜାର ୬୧୦ ଭୋଟର ମତଦାନ କରିବେ। ଭୋଟ ଗ୍ରହଣ ପରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ସେହିପରି ଆସନ୍ତା ୨୬ ତାରିଖରେ ପ୍ରଥମ ପର୍ଯ୍ୟାୟର ଦ୍ବିତୀୟ ଦିନର ଭୋଟ ଗ୍ରହଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri