ଆଜି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚିଯାଇଛନ୍ତି। ମତଦାନ କେନ୍ଦ୍ରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ର ୧୬୬୯ ଗ୍ରାମପଞ୍ଚାୟତରେ ଜିଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡମେମ୍ବର ନିମନ୍ତେ ନିର୍ବାଚନ ହେବ। ଏଥିପାଇଁ ୨୨,୩୭୯ଟି ବୁଥ୍‌ରେ ମତଦାନ ହେବ। ମୋଟ ୬୭.୫୧ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ବୁଧବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଦିନ ୧ଟା ଯାଏ ଚାଲିବ।
ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବାକୁ ୨୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ମୋଟ ୩୭,୨୪୫ ପୋଲିସ କର୍ମଚାରୀ ନିର୍ବାଚନ ଦାୟିତ୍ୱ ପରିଚାଳନା କରିବେ। ପ୍ରଥମ ପର୍ଯ୍ୟାୟରେ ୨୦୦ ଜିଲା ପରିଷଦ ସଭ୍ୟ ପାଇଁ ୭୨୬ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ଭୋଟ ଦେବା ପାଇଁ ଜଣେ ଭୋଟରଙ୍କ ପଞ୍ଚାୟତ ସକାଶେ ପ୍ରସ୍ତୁତ ଓ୍ବାର୍ଡଓ୍ବାରି ଭୋଟର ତାଲିକାରେ ନାମ ଥିବା ଜରୁରୀ। ଭୋଟରମାନେ ଭାରତର ନିର୍ବାଚନ କମିଶନଙ୍କ ଦ୍ୱାରା ପ୍ରଦତ୍ତ ଭୋଟର ପରିଚୟପତ୍ର ଦେଖାଇ ମତଦାନ କରିପାରିବେ। ଯଦି କୌଣସି ବ୍ୟକ୍ତିଙ୍କ ପାଖରେ ଉକ୍ତ ପରିଚୟପତ୍ର ନ ଥାଏ ତେବେ ସେ ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ଅନୁମୋଦିତ ୧୩ଟି ପ୍ରମାଣପତ୍ର ମଧ୍ୟରୁ ଯେକୌଣସି ଗୋଟିଏ ଦେଖାଇ ଭୋଟ ଦେଇପାରିବେ। ସେଗୁଡ଼ିକ ହେଲା ରାଶନ କାର୍ଡ, ପ୍ୟାନ୍‌ କାର୍ଡ, ଆଧାର କାର୍ଡ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଜବ୍‌ କାର୍ଡ, ପାସପୋର୍ଟ, ଡ୍ରାଇଭିଂ ଲାଇସେନ୍ସ, କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟବୀମା କାର୍ଡ, ବ୍ୟାଙ୍କ ପାସ୍‌ବୁକ, ପେନ୍‌ସନ୍‌ ଡକ୍ୟୁମେଣ୍ଟ ଇତ୍ୟାଦି। ଏହି ପରିଚୟପତ୍ର ପରିବାରର ଅନ୍ୟ ସଦସ୍ୟମାନେ ମଧ୍ୟ ବ୍ୟବହାର କରିପାରିବେ।
ଚଳିତ ପଞ୍ଚାୟତ ନିର୍ବାଚନ ଫେବୃୟାରୀ ୧୬ ତାରିଖରୁ ୨୪ ତାରିଖ ମଧ୍ୟରେ ୫ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ମୋଟ ୬,୭୯୪ ପଞ୍ଚାୟତରେ ଥିବା ୯୧,୯୧୩ ଓ୍ବାର୍ଡରେ ଭୋଟ ଗ୍ରହଣ କରାଯିବ। ମୋଟ ୯୧,୯୧୩ଟି ବୁଥ୍‌ ମଧ୍ୟରୁ ୧୩,୭୮୫ ଉତ୍ତେଜନାପ୍ରବଣ ବୁଥ୍‌ ରହିଛି। ଏହି ନିର୍ବାଚନରେ କମିଶନଙ୍କ ଦ୍ୱାରା ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍‌ରେ ଅତିରିକ୍ତ ସୁରକ୍ଷାକର୍ମୀ ମୁତୟନ କରାଯାଇଛି। ସମସ୍ତ ସମ୍ବେଦନଶୀଳ ବୁଥ୍‌ରେ ମତଦାନର ଭିଡିଓ ରେକର୍ଡିଂ କରାଯିବା ସହ ଷ୍ଟ୍ରଙ୍ଗ୍‌ରୁମ୍‌ରେ ସିସିଟିଭି କ୍ୟାମେରା ଲଗାଯିବ ଓ ଭୋଟ ଗଣତିର ରେକର୍ଡିଂ ମଧ୍ୟ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି।
ଚଳିତଥର ମତଦାନ ସମୟ ୧ ଘଣ୍ଟା ବୃଦ୍ଧି କରାଯାଇଛି। ପୂର୍ବରୁ ପୂର୍ବାହ୍ନ ୧୨ଟାରେ ଭୋଟଗ୍ରହଣ ଶେଷ ହେଉଥିଲା। ସେହିପରି ଭୋଟ ଗଣତି ମତଦାନ କେନ୍ଦ୍ରରେ ନ ହୋଇ ପ୍ରଥମଥର ଲାଗି ବ୍ଲକ ସଦରମହକୁମାରେ ୩ ଦିନ ଧରି ଅନୁଷ୍ଠିତ ହେବ। ପୂର୍ବରୁ ଯେଉଁ କେନ୍ଦ୍ରରେ ଭୋଟଗ୍ରହଣ ଶେଷ ହେଉଥିଲା, ସେଠାରେ ସେହିଦିନ ଗଣନା କରାଯାଉଥିଲା। ଏହାକୁ ନେଇ ଆପତ୍ତି ଅଭିଯୋଗ ହେବା ପରେ କମିଶନ ଏକକ ଗଣନା କେନ୍ଦ୍ର କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭୋଟଗ୍ରହଣର ଦିନକ ପରେ ଅର୍ଥାତ ଫେବୃୟାରୀ ୨୬ ତାରିଖଠାରୁ ଜୋନ୍‌ଓ୍ବାରି ଗଣନା ହେବ। ସେହିଦିନ ଫଳାଫଳ ପ୍ରକାଶ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri