ଆଜି ଭୁବନେଶ୍ୱର ଷ୍ଟେଶନର ପୁନର୍ବିକାଶ ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୨୯।୧୨: ପୂର୍ବତଟ ରେଳପଥର ପ୍ରମୁଖ ରେଳ ଷ୍ଟେଶନ ‘ଭୁବନେଶ୍ୱର ଷ୍ଟେଶନ’ର ପୁନଃ ବିକାଶ କାର୍ଯ୍ୟ ପାଇଁ ଗୁରୁବାର ତା’ର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି। ଏପରିକି ଏକ ବିଶ୍ୱସ୍ତରୀୟ ଢାଞ୍ଚାରେ ଏହାର ନିର୍ମାଣ କରାଯିବ ବୋଲି ସୂଚନା ମିଳିଛି। ବିଶେଷକରି ରେଳଯାତ୍ରୀମାନଙ୍କୁ ବିଶ୍ୱସ୍ତରୀୟ ସେବା ଯୋଗାଇଦେବା ଲକ୍ଷ୍ୟରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପରିକଳ୍ପନା ମଧ୍ୟରେ ଭୁବନେଶ୍ୱର ରେଳ ଷ୍ଟେଶନ ପୁନଃ ବିକାଶ ସ୍ଥାନ ପାଇଛି l

ସେହିଭଳି ଏହା ଏକ ଅତି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ହୋଇଥିବାରୁ ରେଳମନ୍ତ୍ରୀ ଶୀଘ୍ର କାର୍ଯ୍ୟ ସମ୍ପାଦନ ପାଇଁ ମଧ୍ୟ ଗୁରୁତ୍ୱାରୋପ କରୁଛନ୍ତି। ଉକ୍ତ ପ୍ରକଳ୍ପ ପାଇଁ ନିକଟରେ ୩୦୮ କୋଟି ଟଙ୍କା ବ୍ୟୟବରାଦ ମଧ୍ୟ କରାଯାଇଛି,ଯାହାକି ଆସନ୍ତା ୨୪ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ ବୋଲି ଆକଳନ କରାଯାଇଛି। ସେହିପରି ୧୪କି.ମି. ଦୈଘ୍ୟ ଅନୁଗୋଳ-ବଳରାମ ନୂତନ ରେଳଲାଇନର ଶୁଭାରମ୍ଭ ହେବ। କାରଣ ପଣ୍ୟ କାରବାର ପାଇଁ ବିଶେଷ ଭାବେ ଏହା ଉପଯୋଗ ହୋଇପାରିବ ଏବଂ ବିଭିନ୍ନ ଶିଳ୍ପସଂସ୍ଥାକୁ ସହାୟତା ଯୋଗାଇବ।

ଏହା ବ୍ୟତୀତ ବହୁ ପ୍ରତୀକ୍ଷିତ ତଥା ଜନସାଧାରଣଙ୍କ ଦୀର୍ଘଦିନର ଦାବି ପୂରଣ କରିବା ପାଇଁ ଦୁଇଟି ନୂତନ ଟ୍ରେନ୍‌ର ପ୍ରଚଳନ କରାଯାଉଛି। ଜନସାଧାରଣଙ୍କ ଦୀର୍ଘଦିନର ଆକାଂକ୍ଷା ଥିବା ପୁରୀ-ଜଳେଶ୍ୱର-ପୁରୀ ପାସେଞ୍ଜର ଟ୍ରେନ୍‌ ଏବଂ ତାଳଚେର-ଢେଙ୍କାନାଳ-ଭଦ୍ରକ ମାର୍ଗ ଦେଇ ସମ୍ବଲପୁର ଓ ଶାଲିମାର (କଲିକତା) ମଧ୍ୟରେ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ପ୍ରଚଳନ କରାଯିବ। ଉଭୟ ନୂତନ ଟ୍ରେନ୍‌ ସେମାନଙ୍କର ଉଦ୍‌ଘାଟନୀ ଦିବସରେ ସ୍ବତନ୍ତ୍ର ଟ୍ରେନ୍‌ ଭାବେ ଚଳାଚଳ କରିବେ। ଉଲ୍ଲେଖଯୋଗ୍ୟ, ୨୦୮୩୨-୩୧ ସମ୍ବଲପୁର-ଶାଲିମାର-ସମ୍ବଲପୁର ଏକ୍ସପ୍ରେସ୍‌ ୨୦୨୩ ଜାନୁୟାରୀ ୩ରୁ ସମ୍ବଲପୁର ଠାରୁ ପ୍ରତି ରବିବାର, ମଙ୍ଗଳବାର ଓ ଗୁରୁବାର ସା ୭ ଘ.୧୦ମି.ରେ ଛାଡ଼ି ଶାଲିମାରକୁ ଯାତ୍ରା କରିବାକୁ ଥିବାବେଳେ ଏହା ଜାନୁୟାରୀ ୪ରୁ ଶାଲିମାରଠାରୁ ପ୍ରତି ସୋମବାର, ବୁଧବାର ଓ ଶୁକ୍ରବାର ରାତ୍ରି ୯ଘ.୨୫ମି.ରେ ଛାଡ଼ି ସମ୍ବଲପୁର ଅଭିମୁଖେ ଯାତ୍ରା କରିବ। ସେହିଭଳି ୦୮୪୧୬-୧୫ ପୁରୀ-ଜଳେଶ୍ୱର-ପୁରୀ ପାସେଞ୍ଜର ଟ୍ରେନ୍‌ ପୁରୀରୁ ଡିସେମ୍ବର ୩୧ଠାରୁ ପ୍ରତିଦିନ ଅପରାହ୍ନ ୧ଘ.୧୫ମି.ରେ ଛାଡ଼ି ଜଳେଶ୍ୱର ଯାତ୍ରା କରିବ ଏବଂ ୨୦୨୩ ଜାନୁୟାରୀ ପହିଲାରୁ ଜଳେଶ୍ୱରଠାରୁ ସକାଳ ୪ଘ.୫୦ମି.ରେ ଛାଡ଼ି ପୁରୀକୁ ଫେରିବ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri