ଆଜି ବିିଜେଡି ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ବିଜେଡିର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହେବ। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ବିଜେଡି କାର୍ଯ୍ୟାଳୟ ଠାରେ ୧୦.୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏଥି ସହିତ ରାଜ୍ୟସ୍ତର, ବ୍ଲକ୍‌ ଏବଂ ସହରାଞ୍ଚଳରେ ମଧ୍ୟ ପାଳନ କରାଯିବ । ଏହି କାର୍ଯ୍ୟକ୍ରମରେ ଦଳର ସମସ୍ତ ନିର୍ବାଚିତ ପ୍ରତିନିଧି, ଯୁବ, ଛାତ୍ର, ମହିଳା, ବରିଷ୍ଠ ସଦସ୍ୟ ଓ କର୍ମକର୍ତ୍ତାମାନେ ଯୋଗ ଦେବେ । କୋଭିଡ୍‌ ନିୟମରେ ପ୍ରତିଷ୍ଠା ଦିବସ ପାଳନ କରାଯିବ। ଭୁବନେଶ୍ୱରରୁ ଅପରାହ୍ନ ୪ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କର୍ମକର୍ତ୍ତାମାନଙ୍କୁ ସମ୍ବୋଧନ କରିବେ ।
ଏଥିପାଇଁ ଦଳୀୟ ସଦସ୍ୟମାନଙ୍କୁ ବିଜେଡି ସଭାପତି ଅଭିନନ୍ଦନ ଜଣାଇବା ସହିତ ବାର୍ତ୍ତା ମଧ୍ୟ ଦେଇଛନ୍ତି ।
ଏହା ପୂର୍ବରୁ ୨୦ ତାରିଖରେ ସଭାପତି ଦଳୀୟ କର୍ମୀ, ନେତା ଓ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଚିଠି ଲେଖିଥିଲେ। ବିଜେଡି ଉପରେ ରାଜ୍ୟବାସୀଙ୍କର ଥିବା ଆସ୍ଥାକୁ ବଜାୟ ରଖିବା ସହ ଜନସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରତିଷ୍ଠା ଦିବସରୁ ହିଁ ବିଭିନ୍ନ ସମାଜ କଲ୍ୟାଣ କାର୍ଯ୍ୟକ୍ରମ ଓ ଲୋକସେବା ମାଧ୍ୟମରେ ଦଳ ରାଜ୍ୟବାସୀଙ୍କ ପାଖକୁ ଯିବ । ଲୋକଙ୍କ ଅଧିକ ନିକଟତର ହେବା, ଦଳୀୟ ଏକତା ଓ ଶୃଙ୍ଖଳା ବଜାୟ ରଖି ତ୍ୟାଗ ଏବଂ ନିଷ୍ଠାର ସହ ଜନସେବାରେ ପୂର୍ଣ୍ଣପ୍ରାଣରେ ସମର୍ପିତ ହେବା ନେଇ ଦଳର କାର୍ଯ୍ୟଖସଡ଼ା ପ୍ରସ୍ତୁତ କରାଯିବ। ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ପ୍ରତିଷ୍ଠା ଦିବସରେ ଗ୍ରାମାଞ୍ଚଳ ଉପରେ ଅଧିକ ଫୋକସ କରାଯିବ। ଗାଁ ଲୋକମାନଙ୍କୁ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ କର୍ମୀମାନେ ଘରକୁ ଘର ଯାଇ ବୁଝାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?