ଆଜି ଶେଷ ତାରିଖ, ଶୀଘ୍ର ଯାଆନ୍ତୁ ବ୍ୟାଙ୍କ୍‌ ନହେଲେ ଆସିବନି ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୩୦।୧: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି । ଯେଉଁମାନଙ୍କ ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ ବା ଭାରତୀୟ ଜାତୀୟ ଦେୟ ନିଗମ ବା NPCI କ୍ଲିୟର ହୋଇନଥିବ ସେମାନଙ୍କ ଆକାଉଣ୍ଟକୁ ଯିବନି ସୁଭଦ୍ରା ଟଙ୍କା । ତେଣୁ ଏହା କରାଇବା ଜରୁରୀ ।

ବ୍ୟାଙ୍କରେ ଏ ନେଇ ସ୍ବତନ୍ତ୍ର ବ୍ୟବସ୍ଥର କରାଯାଇଛି । ଜାନୁଆରୀ ୨୯ ଓ ୩୦ ଅର୍ଥାତ ଆଜି ଓ ଆସନ୍ତାକାଲି ୨ ଦିନ ବ୍ୟାଙ୍କରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ତେବେ ଆଜି ହେଉଛି ତାହାର ଡେଡଲାଇନ । ସୁଭଦ୍ରା ପାଇଁ ଆବେଦନ କରିଥିବା ହିତାଧିକାରୀ ନିଜ ନିଜ ବ୍ୟାଙ୍କକୁ ଯାଇ NPCI କ୍ଲିୟର କରିପାରିବେ। ଯେଉଁମାନଙ୍କର NPCI କ୍ଲିୟର କରିବା ପାଇଁ ବ୍ୟାଙ୍କରୁ ଫୋନ ଯାଉଛି ସେମାନେ ନିଜ ନିଜ ବ୍ୟାଙ୍କ ଶାଖାକୁ ଯାଇ NPCI କ୍ଲିୟର କରିପାରିବେ । ତା ପରେ ଯାଇ ୪ର୍ଥ ପର୍ଯ୍ୟାୟ ଟଙ୍କା ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ନଚେତ ଚତୁର୍ଥ ପର୍ଯ୍ୟାୟରେ ସେମାନେ ଟଙ୍କା ପାଇବେ ନାହିଁ । ଆଜି ଶେଷ ତାରିଖ ଥିବାରୁ NPCI କ୍ଲିୟର ନକରିଲେ ପ୍ରଥମ ପର୍ଯ୍ୟାୟ ଟଙ୍କା ଆସିବ ନାହିଁ ।

ବର୍ତ୍ତମାନ ସୁଦ୍ଧା ମୋଟ ୧ କୋଟି ୭ ଲକ୍ଷ ୨୩ ହାଜର ୨୯୪ ଜଣ ସୁଭଦ୍ରା ଯୋଜନାରେ ସାମିଲ ହେବା ନେଇ ଆବେଦନ କରିସାରିଛନ୍ତି । ସେମାନଙ୍କ ମଧ୍ୟରୁ ୮୦ ଲକ୍ଷ ୨୯ ହଜାର ୭୪୧ ଜଣ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇସାରିଛନ୍ତି । ତେବେ ବଡ଼ କଥା ହେଉଛି ୩ ଲକ୍ଷ ୩୧ ହଜାର ୧୮୮ ଜଣଙ୍କ NPCI ଫେଲ ହୋଇଥିବାରୁ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯାଇ ନାହିଁ । NPCI କ୍ଲିୟର ହେବା ପରେ ଯାଇ ସୁଭଦ୍ରା ଟଙ୍କା ଖାତାକୁ ଆସିବ । ନଚେତ ୪ର୍ଥ ପର୍ଯ୍ୟାୟରେ ବି ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ ନାହିଁ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆଜି ଡେଡଲାଇନ ଥିବାରୁ ତୁରନ୍ତ ବ୍ୟାଙ୍କ ଯାଇ କରାଇ ନେବାକୁ ପଡିବ ।

ତେଣୁ ଯେଉଁ ହିତାଧିକାରୀଙ୍କୁ ବ୍ୟାଙ୍କରୁ ଫୋନ ଯାଇଛି ସେମାନେ ୩୦ ତାରିଖ ଅର୍ଥାତ ଆଜି ଭିତରେ ବ୍ୟାଙ୍କକୁ ଯାଇ ଏନପିସିଆଇ କ୍ଲିୟର କରିପାରିବେ । ଏହା ପରେ ଯାଇ ସେମାନଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri