ଭାଜପା କାର୍ଯ୍ୟକାରିଣୀର ବୈଠକର ଆଜି ଅନ୍ତିମ ଦିନ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା

ପୁରୀ,୨୦।୭: ରାଜ୍ୟରେ ଭାଜପା ସରକାର ଗଠନ ପରେ ପୁରୀରେ ଆୟୋଜିତ ୨ ଦିନିଆ କାର୍ଯ୍ୟକାରିଣୀର ଆଜି ଦ୍ୱିତୀୟ ତଥା ଅନ୍ତିମ ଦିନ । ପ୍ରଥମ ଦିନରେ କାର୍ଯ୍ୟକାରିଣୀରେ ନେତା ଓ କର୍ମୀଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ କାଉନସେଲିଂ କରିଥିଲେ। ବିଜୟର ଶ୍ରେୟ ଦେବା ସହ କିଛି ଟାସ୍କ ମଧ୍ୟ ଦେଇଥିଲେ।
ଶୁକ୍ରବାର ବସିଥିବା ବୈଠକରେ ରାଜ୍ୟ ଭାଜପାର ସମସ୍ତ ପଦାଧିକାରୀ ସାମିଲ ହୋଇଛନ୍ତି। ରାଜ୍ୟ ସଂଗଠନ ସାଧାରଣ ସମ୍ପାଦକ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ଉପସ୍ଥିତ ଥିଲେ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଏହି ବୈଠକରେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି। ସେ ଏହି ବୈଠକରେ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କଂଗ୍ରେସକୁ ଟାର୍ଗେଟ କରି କହିଥିଲେ, ଆଜି ଦେଶରେ ୧୮ଟି ରାଜ୍ୟରେ ଏନ୍‌ଡିଏ, ୧୩ ରାଜ୍ୟରେ ଭାଜପା ସରକାର କରିଛି। ଦେଶର ୫୭% ଭୂଭାଗରେ ଭାଜପାର ସରକାର ଚାଲିଛି। ହେଲେ କଂଗ୍ରେସ ଅମରିଲତା ପରି, ପର ଭରସାରେ ବଞ୍ଚିଛି। ପରଜୀବୀ ଭଳି ଅନ୍ୟ ପାର୍ଟି ସହାୟତାରେ ସିଟ ଜିତିଛି। ସହଯୋଗୀଙ୍କ ଭୋଟ ଖାଇ ନିଜକୁ ବଞ୍ଚାଇ ରଖିଛି। ତେବେ ଆଜିର ବୈଠକରେ କେଉଁ ସବୁ ଗୁରତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ ତାହା ଉପରେ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri