ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ, ବାହାରିବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ପରିଷଦ(ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ଆସନ୍ତା ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଗତ ୧ ତାରିଖଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଗତ ୭ ତାରିଖରେ ଶେଷ ହୋଇଛି। ସେହିପରି ୯ ତାରିଖରେ ପ୍ରାର୍ଥତ୍ପତ୍ର ଯାଞ୍ଚ ସରିଛି। ସୋମବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ। ଅପରାହ୍ନ ୫ଟା ସୁଦ୍ଧା ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ପ୍ରାର୍ଥୀମାନଙ୍କ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇସାରିଥିବା ବେଳେ ଅଧିକାଂଶ ସେମାନଙ୍କ ମଧ୍ୟରୁ ପ୍ରଚାରରେ ଲାଗିିଛନ୍ତି। ନିକଟରେ ୮ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପ୍ରତ୍ୟାହାର କରିନେଇଥିବା ବେଳେ ଯଦି କେଉଁମାନେ ଏହା କରିବାକୁ ଚାହୁଁଥିବେ ତେବେ ଏଥିଲାଗି ସେମାନେ ଆଉ ଆଗକୁ କୌଣସି ସୁବିଧା ନ ପାଇପାରନ୍ତି। ଅନ୍ୟପଟେ ସବୁ ଦଳ ନିଜ ନିଜର ଅସନ୍ତୁଷ୍ଟଙ୍କୁ ବୁଝାଇବାକୁ ଲାଗିପଡ଼ିଛନ୍ତି। ତେଣୁ ଏହି ପ୍ରକ୍ରିୟା ଲାଗି କମ୍‌ ସମୟ ଥିବାରୁ ଅସନ୍ତୁଷ୍ଟଙ୍କୁ ବୁଝାଇବାର ଚେଷ୍ଟା ଜୋରଦାର କରାଯାଉଛି। ଏହା ପରଠାରୁ ସବୁ ଦଳ ନିଜ ନିଜର ପ୍ରଚାର ବ୍ୟାପକ କରିବେ। ସେଥିପାଇଁ ଏକ ପ୍ରକାର ପ୍ରସ୍ତୁତି ବହୁ କର୍ପୋରେଟର ଶେଷ କରିଲେଣି। ମଙ୍ଗଳବାରଠାରୁ ଏକ ପ୍ରକାର ପ୍ରଚାର ଜମିବ। ୨୪ରେ ଭୋଟ ଥିବାବେଳେ ୨୬ରେ ଗଣତି ହେବ। ୨୯ରେ ନିର୍ବାଚିତ ମେୟର, ପୌରାଧ୍ୟକ୍ଷ ଏବଂ କର୍ପୋରେଟରମାନଙ୍କ ଏକ ସ୍ବତନ୍ତ୍ର ବୈଠକ ଡକାଯିବ। ମାର୍ଚ୍ଚ ୩୧ରେ ଡେପୁଟି ମେୟର ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri