ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ, ବାହାରିବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ପରିଷଦ(ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ଆସନ୍ତା ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଗତ ୧ ତାରିଖଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଗତ ୭ ତାରିଖରେ ଶେଷ ହୋଇଛି। ସେହିପରି ୯ ତାରିଖରେ ପ୍ରାର୍ଥତ୍ପତ୍ର ଯାଞ୍ଚ ସରିଛି। ସୋମବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ। ଅପରାହ୍ନ ୫ଟା ସୁଦ୍ଧା ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ପ୍ରାର୍ଥୀମାନଙ୍କ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇସାରିଥିବା ବେଳେ ଅଧିକାଂଶ ସେମାନଙ୍କ ମଧ୍ୟରୁ ପ୍ରଚାରରେ ଲାଗିିଛନ୍ତି। ନିକଟରେ ୮ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପ୍ରତ୍ୟାହାର କରିନେଇଥିବା ବେଳେ ଯଦି କେଉଁମାନେ ଏହା କରିବାକୁ ଚାହୁଁଥିବେ ତେବେ ଏଥିଲାଗି ସେମାନେ ଆଉ ଆଗକୁ କୌଣସି ସୁବିଧା ନ ପାଇପାରନ୍ତି। ଅନ୍ୟପଟେ ସବୁ ଦଳ ନିଜ ନିଜର ଅସନ୍ତୁଷ୍ଟଙ୍କୁ ବୁଝାଇବାକୁ ଲାଗିପଡ଼ିଛନ୍ତି। ତେଣୁ ଏହି ପ୍ରକ୍ରିୟା ଲାଗି କମ୍‌ ସମୟ ଥିବାରୁ ଅସନ୍ତୁଷ୍ଟଙ୍କୁ ବୁଝାଇବାର ଚେଷ୍ଟା ଜୋରଦାର କରାଯାଉଛି। ଏହା ପରଠାରୁ ସବୁ ଦଳ ନିଜ ନିଜର ପ୍ରଚାର ବ୍ୟାପକ କରିବେ। ସେଥିପାଇଁ ଏକ ପ୍ରକାର ପ୍ରସ୍ତୁତି ବହୁ କର୍ପୋରେଟର ଶେଷ କରିଲେଣି। ମଙ୍ଗଳବାରଠାରୁ ଏକ ପ୍ରକାର ପ୍ରଚାର ଜମିବ। ୨୪ରେ ଭୋଟ ଥିବାବେଳେ ୨୬ରେ ଗଣତି ହେବ। ୨୯ରେ ନିର୍ବାଚିତ ମେୟର, ପୌରାଧ୍ୟକ୍ଷ ଏବଂ କର୍ପୋରେଟରମାନଙ୍କ ଏକ ସ୍ବତନ୍ତ୍ର ବୈଠକ ଡକାଯିବ। ମାର୍ଚ୍ଚ ୩୧ରେ ଡେପୁଟି ମେୟର ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri