ଆଜି ଶେଷ ପର୍ଯ୍ୟାୟ ଭୋଟ

ଭୁବନେଶ୍ୱର,୧ା୬(ଅନିଲ ଦାସ): ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍‌ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା ଆସନରେ ଶନିବାର ମତଦାନ ହେବ। ସକାଳ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। ଏହି ପର୍ଯ୍ୟାୟରେ ମୋଟ ୪୬୦ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ୬ ସଂସଦୀୟ କ୍ଷେତ୍ର ପାଇଁ ୬୬ ଜଣ ଏବଂ ୪୨ ବିଧାନସଭା ଆସନ ପାଇଁ ୩୯୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ୯୯,୬୧,୦୫୭ ଭୋଟର ନିଜର ମତାଧିତ୍କାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦,୮୮,୦୭୬ ପୁରୁଷ, ୪୮,୭୨,୨୯୪ ମହିଳା ଓ ୬୮୭ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ୧୦,୮୮୨ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ। ୧୪୦୦ରୁ ଊର୍ଦ୍ଧ୍ୱ ମତଦାନ କେନ୍ଦ୍ର ସମ୍ପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ୨୦% ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ବୁଥ୍‌) କରାଯାଇଛି। ପ୍ରାୟ ୭୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଏହି ପର୍ଯ୍ୟାୟ ପାଇଁ ଭାରତର ନିର୍ବାଚନ କମିଶନ ୧୨ ଜଣ ସାଧାରଣ ପର୍ଯ୍ୟବେକ୍ଷକ, ୩ ଜଣ ପୋଲିସ ପର୍ଯ୍ୟବେକ୍ଷକ ଓ ୧୮ ଜଣ ବ୍ୟୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ମତଦାନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ରାଜ୍ୟ ପୋଲିସ ବ୍ୟତୀତ ୧୨୬ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଛି। ବାଲେଶ୍ୱର ଜିଲାରେ ୨୨ ସିଏପିଏଫ୍‌ ମୁତୟନ ହୋଇଥିବାବେଳେ ଭଦ୍ରକରେ ୧୬, କେନ୍ଦ୍ରାପଡ଼ାରେ ୧୮, ଜଗତ୍‌ସିଂହପୁର ୧୨, ମୟୂରଭଞ୍ଜରେ ୧୮, କଟକରେ ୧୨ ଏବଂ ପୁରୀ ଜିଲାରେ ୨୭ ସିଏପିଏଫ୍‌ ମୁତୟନ ହୋଇଛନ୍ତି। ପୂର୍ବରୁ ଯାଜପୁର ଜିଲାରେ ୨୦ କମ୍ପାନୀ ସିଏପିଏଫ୍‌ ମୁତୟନ ପାଇଁ ନିଷ୍ପତ୍ତି ହୋଇଥିଲା। ତେବେ ଏହି ଜିଲା ପାଇଁ ଅତିରିକ୍ତ ଆଉ ଏକ କମ୍ପାନୀ ସିଏପିଏଫ୍‌ ମୁତୟନ କରାଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି।
ପ୍ରତି ମତଦାନ କେନ୍ଦ୍ରରେ ଜଣେ ଆଶାକର୍ମୀ ଓ ଜଣେ ଅଙ୍ଗନଓ୍ବାଡି କର୍ମୀ ରହିବେ। ସମ୍ଭାବ୍ୟ ଅଂଶୁଘାତର ଜରୁରୀ ଚିକିତ୍ସା ପାଇଁ ସେଠାରେ ଆବଶ୍ୟକ ଔଷଧ, ଓଆର୍‌ଏସ୍‌ ଆଦି ରହିବ। ପ୍ରତି ମତଦାନ କେନ୍ଦ୍ରରେ ସେକ୍ଟର ଅଫିସରଙ୍କ ସହ ଜଣେ ପାରା-ମେଡିକାଲ ଷ୍ଟାଫ୍‌ ଜରୁରୀ ଔଷଧପତ୍ର ସହିତ ରହିବେ। ବରିଷ୍ଠ ଭୋଟର ଓ ଭିନ୍ନକ୍ଷମ ଭୋଟରଙ୍କ ସହାୟତା ପାଇଁ ସ୍ବେଚ୍ଛାସେବୀମାନେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?