ଆଜି ଚୈତ୍ର ମଙ୍ଗଳବାର ଶେଷ ପାଳି: ବାସନ୍ତିକ ଦୁର୍ଗା ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୮।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ଶେଷ ପାଳିରେ ମା’ ତାରାତାରିଣୀ ବାସନ୍ତିକ ଦୁର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଚୈତ୍ରମାସରେ ମା’ଙ୍କୁ ଶେଷ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇ ନିଜ ନିଜର ଶୁଭ ମନାସି ପୁଣି ଆର ବର୍ଷକୁ ଅପେକ୍ଷା କରିଛନ୍ତି।

ବହୁ ଦୂରଦୂରାନ୍ତରୁ ଭକ୍ତମାନେ ମା’ଙ୍କୁ ଦର୍ଶନ କରିବା ନିମନ୍ତେ ମନ୍ଦିରକୁ ଛୁଟି ଆସିଛନ୍ତି। ମନସ୍କାମନା ପୂରଣ ଲାଗି ମାନସିକଧାରୀମାନେ ନିଜ ଶିଶୁଙ୍କ ମୁଣ୍ଡନ କରାଇଛନ୍ତି। ଶେଷ ପାଳିରେ ଭୋର ସାଢେ ୪ରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଷେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ଥିଲା। ପରେ ମା’ ତାରାତାରିଣୀଙ୍କୁ ବାସନ୍ତିକ ଦୁର୍ଗା ବେଶରେ ସଜ୍ଜିତ କରାଯାଇଥିଲା। ସକାଳ ୫ଟାରେ ସାହାଣ ମେଲା ହୋଇ ମା’ ଭକ୍ତଙ୍କୁ ଦର୍ଶନ ଦେଇଥିଲେ।

ଏହାସହ ଭୋର ୩.୩୦ରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। ଭକ୍ତମାନେ ପାହାଡ଼ ପାଦଦେଶ ମୁଣ୍ଡନ ଶାଳାରେ ଶିଶୁଙ୍କ ମୁଣ୍ଡନ କରାଇ ୯୯୯ ପାହାଛ ଚଢି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରୁଛନ୍ତି।

ଶାନ୍ତି ଶୃଙ୍ଖଳାର ସହ ମା’ଙ୍କ ଚୈତ୍ର ଯାତ୍ରା ଶେଷ ହେବ ସେ ନେଇ ଦେବୋତ୍ତର ବିଭାଗ ଓ ଜିଲା ପ୍ରଶାସନ, ମନ୍ଦିର ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତମାନଙ୍କ ପାଇଁ ପାନୀୟ ଜଳର ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ଼ର ସହ ପାହାଡ ଉପରକୁ ଯାଇ ମା’ଙ୍କୁ ଦର୍ଶନ କରିବା ନିମନ୍ତେ ୨୦ରୁ ଅଧିକ ସିଟି ବସର ବ୍ୟବସ୍ଥା କରାଯାଇଛି ।

ଭକ୍ତମାନଙ୍କୁ ଯେଭଳି କୌଣସି ଅସୁବିଧା ନ ହୁଏ ସେନେଇ ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ରଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇ ଆଇନ ଶୃଙ୍ଖଳା ଓ ଟ୍ରାଫିକ ନୟନ୍ତ୍ରଣ କରୁଛନ୍ତି।

ଚଳିତ ମାସରେ ୪ଟି ମଙ୍ଗଳବାର ପଡିଥିବା ଯୋଗୁ ମା’ଙ୍କ ପୂଜାର୍ଚ୍ଚନା ମଧ୍ୟ ବେଶ ଆଡ଼ମ୍ବର ସହକାରେ ପାଳନ ହୋଇଛି । ଆଉ ମା’ଙ୍କୁ ହଜାର ହଜାର ଭକ୍ତ ଶୃଙ୍ଖଳାର ସହ ଦର୍ଶନ କରି ବେଶ ଆନନ୍ଦିତ ହୋଇଛନ୍ତି। ସେବାୟତ ସଂଘର ସଭାପତି ତପନରଣା, ବାପୁଜୀ ରଣାଙ୍କ ସମେତ ସମସ୍ତ ସେବାୟତମାନେ ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri