Posted inରାଜ୍ୟ

ଆଜି ପରିକ୍ରମା ପ୍ରକଳ୍ପ ଲୋକାର୍ପଣ

ଭୁବନେଶ୍ୱର/ପୁରୀ,୧୭।୧(ଅନିଲ ଦାସ/ ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ବୁଧବାର ଅନୁଷ୍ଠିତ ହେବ। ଏଥିଲାଗି ଜଗନ୍ନାଥ ଧାମ ମନ୍ତ୍ରଧ୍ବନିରେ ମୁଖରିତ ହେଉଛି। ବଡ଼ଦାଣ୍ଡର ଚୁତଃପାର୍ଶ୍ୱ ସଜେଇ ହେଉଛି। ମହାଯଜ୍ଞ ଚାଲିଛି, ନାମସଂକୀର୍ତ୍ତନ ସହ ଭାବଭକ୍ତିରେ ସମଗ୍ର ପରିବେଶରେ ଭରିଯାଇଛି। ପରିକ୍ରମା ପ୍ରକଳ୍ପ ପାଇଁ ଉତ୍ସବମୁଖର ହୋଇଉଠିଛି ପୁରୀ ସହର।
ଲୋକାର୍ପଣ ଉତ୍ସବ ଅବସରରେ ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ପଞ୍ଚକର୍ମ, ବାସ୍ତୁ ଶୋଧନ, ଅଧିବାସ, ଫଳକ ପୂଜା କରାଯିବ। ଅପରାହ୍ନ ୧ଟା ୧୫ମିନିଟ୍‌ରୁ ୧ଟା ୩୦ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତି ଓ ପୁଷ୍ପାଞ୍ଜଳି ପ୍ରଦାନ କରାଯିବ। ଅପରାହ୍ନ ୨ଟାରୁ ୨ଟା ୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ। ଅପରାହ୍ନ ୨ଟା ୩୦ରୁ ୩ଟା ପର୍ଯ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ। ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ। ସାରେ ଶ୍ରଦ୍ଧାଳୁଙ୍କ ପାଇଁ ଲାଇଟ୍‌ ଏବଂ ସାଉଣ୍ଡ ଶୋ ବ୍ୟବସ୍ଥା କରାଯାଇଛି । ପରିକ୍ରମା ପ୍ରକଳ୍ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ବିଶେଷ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ପ୍ରଦକ୍ଷିଣ ମାର୍ଗ ପ୍ରସ୍ତୁତ ହୋଇଥିବା ବେଳେ ସାଧାରଣ ଭକ୍ତଙ୍କ ପାଇଁ ରହିଛି ଚଲାପଥ। ମୌଳିକ ସୁବିଧା ଉପଲବ୍ଧ ରହିଥିବା ବେଳେ ୫୦ରୁ ଅଧିକ ବ୍ୟାଟେରି ଗାଡ଼ି ଦ୍ୱାରା ଦିବ୍ୟାଙ୍ଗ ଓ ବୟସ୍କ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରର ପ୍ରଦକ୍ଷିଣ ବ୍ୟବସ୍ଥା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଗସ୍ତ ସମୟରେ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମଙ୍ଗଳବାର ପୋଲିସ ପ୍ରଶାସନ ଦ୍ୱାରା କାରକେଡ୍‌ ରିହର୍ସାଲ କରାଯାଇଛି। ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବାକୁ ୪୭ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri