ଆଜି ସବୁ ଦଳର ବିଧାୟକଙ୍କ ବୈଠକ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏଥିରେ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ଆରମ୍ଭ ଦିନ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଗତ କରିବେ। ହେଲେ ଏହା ପୂର୍ବରୁ ଶାସକ ଦଳକୁ ଘେରିବା ଲାଗି ଏକାଧିକ ପ୍ରସଙ୍ଗକୁ ଏକାଠିକରି ପ୍ରସ୍ତୁତ ହେଉଛନ୍ତି ବିରୋଧୀ। ଏଥିପାଇଁ ଭାଜପା ଏବଂ କଂଗ୍ରେସ ବିଧାୟକଙ୍କ ବୈଠକ ମଙ୍ଗଳବାର ଅନୁଷ୍ଠିତ ହେବାକୁ ଯାଉଛି। ଅନ୍ୟପଟେ ଶାସକ ଦଳ ପକ୍ଷରୁ ମଧ୍ୟ ବିରୋଧୀଙ୍କୁ ଜବାବ ଦେବା ଲାଗି ଯୋଜନା ପ୍ରସ୍ତୁତ ସରିଛି। ଏନେଇ ଦଳ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯିବ।
ଭାଜପା ବିଧାୟକ ଦଳ ବୈଠକ ପୂର୍ବାହ୍ନ ୧୧ଟା ସମୟରେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ। ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଲାଗି ଲକ୍ଷ୍ୟ ରଖିଛି। ମୁଖ୍ୟତଃ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦଳ ମୁଖ୍ୟ ପ୍ରସଙ୍ଗ କରିବ। ଏହା ଭିତରେ ରାଜ୍ୟର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡକୁ ପ୍ରଥମେ ଦଳ ଗୃହରେ ଉପସ୍ଥାପିତ କରିବାକୁ ଯୋଜନା ରଖିଛି। ଏହାସହ ଏଥିରେ ମାହାଙ୍ଗା ଡବଲ ମର୍ଡର ଘଟଣାକୁ ମଧ୍ୟ ଦଳ ପକ୍ଷରୁ ଜୋରଦାର କରାଯିବ। ଏହି ଦୁଇ ପ୍ରସଙ୍ଗରେ ଭାଜପା ସଦସ୍ୟମାନେ ଉକ୍ତ ଘଟଣାରେ ସମ୍ପୃକ୍ତି ଅଭିଯୋଗ ଆସୁଥିବା ୨ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏବଂ ପ୍ରତାପ ଜେନାଙ୍କୁ ବହିଷ୍କାର ଦାବି ନେଇ ବ୍ୟାନର ପ୍ରସ୍ତୁତ କରିଛନ୍ତି। ଏହି ବ୍ୟାନର ଧରି ଭାଜପା ସଦସ୍ୟ ଗୃହ ମଧ୍ୟଭାଗକୁ ଆସି ହୋହଲ୍ଲା କରିବାର ଯୋଜନା ରଖିଛନ୍ତି। ସେହିପରି ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା ପ୍ରସଙ୍ଗ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡରେ ରୋଗୀଙ୍କୁ ଠିକ୍‌ ସେବା ନ ମିଳିବା ଏବଂ ଆୟୁଷ୍ମାନ ଭାରତ ଯୋଜନା ରାଜ୍ୟରେ ଲାଗୁ କରିବା, ଧାନମଣ୍ଡି ସମସ୍ୟା ଆଦି ଭାଜପା ଉଠାଇବାକୁ ଯୋଜନା କରୁଥିବା ଜାଣିବାକୁ ମିଳିଛି।
ରାଜ୍ୟରେ ଦୀର୍ଘଦିନ ଧରି ମମିତା ମେହେର ହତ୍ୟା ଘଟଣାରେ ଭାଜପା ପକ୍ଷରୁ ବିଜେଡିକୁ ଟାର୍ଗେଟ କରାଯାଉଥିବା ବେଳେ ବିଜେଡି ମଧ୍ୟ ଏହାର ଜବାବ ଦେବାର ଉପାୟ ବାହାର କରିସାରିଛି। ନିକଟରେ ବିଜେଡି ଯୁବ, ଛାତ୍ର ଏବଂ ମହିଳା କର୍ମୀଙ୍କ ପକ୍ଷରୁ ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ରାଜ୍ୟରେ ଆନ୍ଦୋଳନ ପ୍ରତିବାଦ କରାଯାଇଥିଲା। ସେହି ଅନୁଯାୟୀ ଆସନ୍ତା ୩୦ ସୁଦ୍ଧା ଗ୍ୟାସ୍‌ ଦର ହ୍ରାସ କରାଇବାକୁ ବିଜେଡି ଦାବି ମଧ୍ୟ କରିଥିଲା। ଯଦି କେନ୍ଦ୍ର ସରକାର ଏହା ନ କରନ୍ତି ତେବେ ଆନ୍ଦୋଳନକୁ ଓହ୍ଲାଇବାର ଚେତାବନୀ ଦେଇଥିଲା। ଗୃହରେ ଭାଜପା ମମିତା ପ୍ରସଙ୍ଗରେ ହୋହଲ୍ଲା କଲେ ଏହାର ସାମ୍ନା ଲାଗି ବିଜେଡି ରାଜଭବନ ସମ୍ମୁଖରେ ଗ୍ୟାସ୍‌ ଦରବୃଦ୍ଧି, ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ହ୍ରାସ କରିବା, ବେକାରି ସମସ୍ୟା ପ୍ରସଙ୍ଗକୁ ନେଇ ଧାରଣା ଦେବାକୁ ଚୂଡ଼ାନ୍ତ କରିଥିବା ସୂଚନା ମିଳିଛି। ବିଧାନସଭାରୁ ବିଜେଡି ବିଧାୟକମାନେ ବାହାରି ସିଧା ରାଜଧାନୀ ରାସ୍ତାରେ ଦରବୃଦ୍ଧି କଥା ନେଇ ଭାଜପାକୁ ଟାର୍ଗେଟ କରିବେ। ଏଥିସହ ଅନ୍ୟ ସବୁ ପ୍ରସଙ୍ଗ ମଙ୍ଗଳବାର ଅପରାହ୍ନ ୫ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବିଧାୟକ ଦଳ ବୈଠକରେ ଚୂଡ଼ାନ୍ତ ହେବ ବୋଲି ଜଣାପଡିଛି। କଂଗ୍ରେସ ମଧ୍ୟ ଦରବୃଦ୍ଧି, ମମିତା ମେହେର ହତ୍ୟା ପ୍ରସଙ୍ଗ, ଧାନମଣ୍ଡି ସମସ୍ୟା, ବେକାରି ସମସ୍ୟା, ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗରେ ଉଭୟ ବିଜେଡି ଓ ଭାଜପାକୁ ଟାର୍ଗେଟ କରିବାର ଯୋଜନା ପ୍ରସ୍ତୁତ କରିଛି। ଏନେଇ ଅପରାହ୍ନ ୫ଟା ସମୟରେ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହେବାକୁ ଥିବା ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri