ଆଜିଠୁ ‘ମୋ ଧାମ, ମୋ ଗର୍ବ’ ଅଭିଯାନ

ପୁରୀ ଅଫିସ,୧ା୧୧: ସହରବାସୀଙ୍କ ସହଯୋଗ ରହିଲେ ସ୍ବଚ୍ଛତା କ୍ଷେତ୍ରରେ ଭାରତର ଅନ୍ୟ ସମସ୍ତ ତୀର୍ଥକ୍ଷେତ୍ର ପାଇଁ ଶ୍ରୀକ୍ଷେତ୍ର ଉଦାହରଣ ସାଜିପାରିବ। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀ ଦେଶରେ ୧ ନମ୍ବର ସ୍ଥାନ ହାସଲ କରିପାରିବ। ଏଥିପାଇଁ ରବିବାରଠାରୁ ସପ୍ତାହବ୍ୟାପୀ ‘ମୋ ଧାମ, ମୋ ଗର୍ବ’ ଅଭିଯାନ ଆରମ୍ଭ ହେଉଛି। ଶନିବାର ପୁରୀ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ ବଲୱନ୍ତ ସିଂ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରବିବାର ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଗୋବର୍ଦ୍ଧନ ମଠ ପରିସରରେ ଏହି ଅଭିଯାନର ଲୋଗୋ ଉନ୍ମୋଚନ କରିବେ। ସହରର ପ୍ରତି ୱାର୍ଡରେ ଏହି ଅଭିଯାନ ଚାଲିବ। ପ୍ରତ୍ୟେକ ଘରେ ଓଦା, ଶୁଖିଲା, ସଂକ୍ରମିତ ଓ ହାନିକାରକ ଆବର୍ଜନା ଲାଗି ଭିନ୍ନ ରଙ୍ଗର ଡଷ୍ଟବିନ ରଖିବାକୁ କୁହାଯାଇଛି। ଆବର୍ଜନାକୁ ପୃଥକୀକରଣ କରି ସ୍ବଚ୍ଛ ସବାରି ଗାଡ଼ିିରେ ଦେବେ। ସେହିପରି ୬ ଓ ୭ ତାରିଖରେ ଏହି ଅଭିଯାନରେ ସାମିଲ ହୋଇ ସହରକୁ ସ୍ବଚ୍ଛ ରଖିବା ଲାଗି ସଂକଳ୍ପ ଓ ଶପଥ ନେବେ। ସ୍ବଚ୍ଛ ସବାରି ଗାଡ଼ିିର ଦୁଇପାର୍ଶ୍ୱ ବ୍ୟାନରରେ ସହରବାସୀ ଦସ୍ତଖତ କରିବେ। ପ୍ରତି ଘର ସମ୍ମୁଖରେ ‘ମୋ ଧାମ, ମୋ ଗର୍ବ’ ଲେଖି ଲଗାଇବେ। ୮ତାରିଖରେ ପୁରୀ ବେଳାଭୂମିରେ ଦସ୍ତଖତ ପ୍ରଦର୍ଶନ କରାଯିବ ବୋଲି ଜିଲାପାଳ ସିଂ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଉପଜିଲାପାଳ ଭବତାରଣ ସାହୁ, ପୌର ନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri