ଆଜି ନାଏବ ସରପଞ୍ଚ ନିର୍ବାଚନ: ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ, ୧୩ରେ ଜିଲା ପରିଷଦ ସଭାପତି ନିର୍ବାଚନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ନାଏବ ସରପଞ୍ଚ ପଦବୀ ପାଇଁ ଶୁକ୍ରବାର ପରୋକ୍ଷ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ନିର୍ବାଚନ ଅଧିକାରୀମାନେ ପ୍ରାର୍ଥୀମାନଙ୍କୁ ପୂର୍ବାହ୍ନ ୧୦ରୁ ୧୧ଟା ମଧ୍ୟରେ ନାମାଙ୍କନପତ୍ର ପ୍ରଦାନ କରିବେ। ୧୧ଟାରୁ ୧୧ଟା ୩୦ ମିନିଟ ମଧ୍ୟରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ମଧ୍ୟାହ୍ନ ୧୨ଟା ପୂର୍ବରୁ ପ୍ରାର୍ଥୀମାନେ ଚାହିଁଲେ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ। ମଧ୍ୟାହ୍ନ ୧୨ଟାରୁ ୧ଟା ମଧ୍ୟରେ ନାଏବ ସରପଞ୍ଚ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଭୋଟ ଗ୍ରହଣ ପରେ ସେହିଦିନ ଗଣନା କରାଯାଇ ଫଳାଫଳ ପ୍ରକାଶ କରିବାକୁ ରାଜ୍ୟ ନିର୍ବାଚନ କମିଶନ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ଜିଲା ପରିଷଦ ସଭାପତି ପଦବୀଗୁଡ଼ିକ ପାଇଁ ନିର୍ବାଚନ କମିଶନଙ୍କ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ୧୨ ତାରିଖରେ ବ୍ଲକ ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଜିଲା ପରିଷଦ ସଭାପତି ନିର୍ବାଚନ ମାର୍ଚ୍ଚ ୧୩ ଏବଂ ଉପସଭାପତି ନିମନ୍ତେ ମାର୍ଚ୍ଚ ୨୫ ତାରିଖରେ ପରୋକ୍ଷ ମତଦାନ ଅନୁଷ୍ଠିତ ହେବ। ଅପରାହ୍ନ ୧ଟା ୩୦ ମିନିଟରୁ ଅପରାହ୍ନ ୪ଟା ମଧ୍ୟରେ ଭୋଟଗ୍ରହଣ କରାଯିବ ଓ ସେହିଦିନ ଫଳ ପ୍ରକାଶ କରାଯିବ। ତେବେ ପରୋକ୍ଷ ନିର୍ବାଚନରେ ନିୟୋଜିତ ଅଧିକାରୀମାନେ ଗୃହ ବାହାରକୁ ଯାଇ ପାରିବେ ନାହିଁ ବୋଲି କମିଶନ କଟକଣା ଜାରି କରିଛନ୍ତି। ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା କରିବାକୁ କମିଶନ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
୩୦ଟି ଯାକ ଜିଲା ପରିଷଦ ସଭାପତି ପଦବୀ ବିଜେଡି ନିଜ କବ୍‌ଜାକୁ ନେବା ଏକପ୍ରକାର ନିଶ୍ଚିତ ହୋଇଛି। ଭାଜପା ଓ କଂଗ୍ରେସ ଏହି ନିର୍ବାଚନ ପ୍ରତି ସେତେଟା ଧ୍ୟାନ ଦେଉ ନ ଥିବା ଭଳି ମନେହେଉଛି। ଯଦି ବିଜେଡିର କେହି ବିଦ୍ରୋହୀ ପ୍ରାର୍ଥୀ ଉଭା ହୁଅନ୍ତି, ତେବେ ବିରୋଧୀ ଦଳଗୁଡ଼ିକ ସେମାନଙ୍କୁ ସମର୍ଥନ ଦେବା ଲାଗି ପ୍ରସ୍ତୁତ ହେଉଛନ୍ତି। ତେବେ ଜିଲା ପରିଷଦ କ୍ଷେତ୍ରରେ ଦଳ ବଦଳ ନିରୋଧ ଆଇନ ଲାଗୁ ହୋଇଥିବାରୁ ଦଳୀୟ ନିଷ୍ପତ୍ତି ବିରୋଧରେ ବିଜେଡିର କୌଣସି ଜିଲା ପରିଷଦ ସଦସ୍ୟ ସଭାପତି ପଦ ଲାଗି ଗଣ୍ଡଗୋଳ ସୃଷ୍ଟି କରିବା ସମ୍ଭାବନା କମ୍‌।
ମାର୍ଚ୍ଚ ୫ ତାରିଖରୁ ଜିଲା ପରିଷଦ ସଭାପତି ପଦବୀ ଲାଗି ମନୋନୟନ ପତ୍ର ଲାଗି ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଯେଉଁ ପ୍ରାର୍ଥୀମାନେ ଏଥିଲାଗି ପ୍ରାର୍ଥତ୍ପତ୍ର ଦାଖଲ କରିଥିବେ ତାହାକୁ ବିଚାରକୁ ନେଇ ଆସନ୍ତା ୧୩ ତାରିଖରେ ନବନିର୍ବାଚିତ ଜିଲା ପରିଷଦ ସଦସ୍ୟମାନଙ୍କର ପ୍ରଥମ ବୈଠକ ଅନୁଷ୍ଠିତ ହେବ। ଆବଶ୍ୟକ ସ୍ଥଳେ ଭୋଟ ଗ୍ରହଣ କରାଯିବ। ୧୫ ତାରିଖରେ କେଉଁ ଜିଲା ପରିଷଦର କିଏ ସଭାପତି ନିର୍ବାଚିତ ହେଲେ ସେ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯିବ। ମାର୍ଚ୍ଚ ୧୭ ତାରିଖରେ ଜିଲା ପରିଷଦ ଉପସଭାପତି ପଦବୀ ଲାଗି ମନୋନୟନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଆବଶ୍ୟକ ହେଲେ ଏଥିଲାଗି ୨୫ ତାରିଖରେ ନିର୍ବାଚନ କରାଯାଇ ମାର୍ଚ୍ଚ ୨୮ ତାରିଖରେ ନିର୍ବାଚିତ ଉପସଭାପତିମାନଙ୍କ ନାମ ଘୋଷଣା କରାଯିବ।
ପଞ୍ଚାୟତ ସମିତି ଅଧ୍ୟକ୍ଷ ପାଇଁ ମନୋନୟନ ପତ୍ର ଆହ୍ବାନ କରି ଗତ ୪ ତାରିଖରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୨ ତାରିଖରେ ୩୧୪ ବ୍ଲକର ପଞ୍ଚାୟତ ସମିତିର ପ୍ରଥମ ବୈଠକ ଡକାଯାଇଛି। ଆବଶ୍ୟକ ସ୍ଥଳେ ଅଧ୍ୟକ୍ଷ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ଏହାପରେ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପଦବୀ ପାଇଁ ୧୫ ତାରିଖରେ ବିଜ୍ଞପ୍ତି ପ୍ରକାଶ କରାଯାଇ ୨୩ ତାରିଖରେ ନିର୍ବାଚନ ହେବ।
ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିର୍ବାଚନରେ ସମିତି ସଦସ୍ୟମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ୩୧୪ଟି ବ୍ଲକ ମଧ୍ୟରୁ ବିଜେଡି ପାଖାପାଖି ୩୦୦ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀ ହାସଲ କରିବ ବୋଲି ଦଳର ନେତାମାନେ ଆଶା ବାନ୍ଧିଛନ୍ତି। କଂଗ୍ରେସ ଓ ଭାଜପା ସମର୍ଥିତ ସମିତି ସଦସ୍ୟମାନେ ବିଜେଡି ବିଦ୍ରୋହୀଙ୍କ ଉପରେ ଭରସା କରି କିଛି ସଂଖ୍ୟକ ସମିତି ଅଧ୍ୟକ୍ଷ ପଦବୀ ହାତେଇବା ନେଇ ଯୋଜନା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?