ଆଜି ଶ୍ରୀମନ୍ଦିରରେ ନନ୍ଦ ଉତ୍ସବ

ପୁରୀ ଅଫିସ,୧୨ା୮: ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ମଙ୍ଗଳବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ବୁଧବାର ନନ୍ଦ ଉତ୍ସବ ଅନୁଷ୍ଠିତ ହେବ। ଶ୍ରୀକୃଷ୍ଣ ଜନ୍ମ ନୀତି ପାଇଁ ମଙ୍ଗଳବାର ସନ୍ଧ୍ୟା ଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲେ। ସନ୍ଧ୍ୟାଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ଶୁଦ୍ଧସୁଆର ଭଣ୍ଡାର ଦୁଆର ଆଗରେ ପୋଛା ମାରିଥିଲେ। ପୂଜାପଣ୍ଡା ପଞ୍ଚବର୍ଣ୍ଣି ମୁରୁଜରେ ସବିତୃ ଭଦ୍ରମଣ୍ଡଳ ଲେଖିଥିଲେ। ପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ଜନ୍ମ ଚକଡ଼ାରେ ବସି ସଂକଳ୍ପ କରିବା ପରେ ବରୁଣ ପୂଜା ହୋଇଥିଲା। ଚିତ୍ରକର ଦେଇଥିବା ଶ୍ରୀକୃଷ୍ଣ ଜନ୍ମପଟି ଓ ବଣିଆଙ୍କଠାରୁ ଆସିଥିବା ୯ପାଖୁଡ଼ା ବିଶିଷ୍ଟ ରୁପା ପଦ୍ମକୁ ପୂଜାପଣ୍ଡା ମଣ୍ଡଳ ଉପରେ ରଖିଥିଲେ। ପଦ୍ମ ପାଖୁଡ଼ାରେ ଦେବକୀ, ବସୁଦେବ, ନନ୍ଦ, ଯଶୋଦା, ଲକ୍ଷ୍ମୀ, ଉଗ୍ରସେନ, ବଳଭଦ୍ର, ଗାର୍ଗବ ଋଷି ଏବଂ କୃଷ୍ଣ ଲେଖା ରହିଥିଲା। ଏକ ସୁନା କୃଷ୍ଣମୂର୍ତ୍ତି ମଣ୍ଡଳ ଉପରେ ରଖାଯାଇ ୯ଟି ପନ୍ତିଭୋଗ ବଢାଯାଇଥିଲା। ପୂଜାପଣ୍ଡା ପଞ୍ଚୋପଚାର ପୂଜା କରି ପନ୍ତିଭୋଗ ବଢାଇବା ପରେ ଦକ୍ଷିଣୀ ଘରୁ ମଦନମୋହନଙ୍କୁ ଆଣି ସିଂହାସନରେ ବିଜେ କରାଇଥିଲେ। ମୁଦିରସ୍ତ ମହାପ୍ରଭୁଙ୍କ ଧଣ୍ଡି ପ୍ରସାଦ ଆଜ୍ଞାମାଳ ଶ୍ରୀମଦନମୋହନଙ୍କୁ ଲାଗି କରାଇଥିଲେ। ମହାଜନ ସେବକମାନେ ଶ୍ରୀମଦନମୋହନଙ୍କୁ ଆଣି ଜନ୍ମଚକଡ଼ାରେ ବିଜେ କରାଇଥିଲେ। ପୂଜାପଣ୍ଡା ଗର୍ଭଉଦକ କର୍ମ କରି ଶୀତଳ ଭୋଗ ଷୋଡ଼ଶ ଉପଚାରରେ ମଣୋହୀ କରିଥିଲେ। ପରେ ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ବେଶ ହୋଇ ଜନ୍ମ ଚକଡ଼ାରେ ଶ୍ରୀକୃଷ୍ଣ ଜନ୍ମ ନୀତି ସମ୍ପାଦନ କରିଥିଲେ। ପରେ ମୁଦିରସ୍ତ ପ୍ରସାଦ ଲାଗି କରାଇଥିଲେ। ପାଳିଆ ମହାସୁଆର ଦେଇଥିବା ଦୁଧ, ଲହୁଣି ଓ ଗଣ୍ଡୁଷ ମସଲା ପୂଜାପଣ୍ଡା ସମର୍ପଣ କରି ମଣୋହୀ କରିଥିଲେ। ଦେବକୀ, ବସୁଦେବଙ୍କ ସହିତ ମହାଜନ ସେବକ ଭଣ୍ଡାରଘରୁ ଆସିଥିବା ରୁପାଥାଳିରେ କୃଷ୍ଣ (ମଦନମୋହନ)ଙ୍କୁ ବିଜେ କରାଇଥିଲେ। ଏହାପରେ ଜଗମୋହନ ଦେଇ ସରସ୍ବତୀ ମନ୍ଦିର ସମ୍ମୁଖ ଯମୁନା ନଈ କୂଳକୁ ବିଜେ କରାଇଥିଲେ। ଏହି ସମୟରେ ଠାକୁରଙ୍କ ଶିର ଉପରେ ସପ୍ତଫେଣୀ ବାସୁକୀ ରହିଥିଲେ। ଯମୁନା ନଦୀ କୂଳରେ ଉଗ୍ରସେନ ଭେଟ ନୀତି ହୋଇଥିଲା। ଉଗ୍ରସେନ ଶ୍ରୀକୃଷ୍ଣଙ୍କୁ ଦଣ୍ଡ ପ୍ରଣାମ କରି ଗୋପପୁରକୁ ଯିବା ଲାଗି ବସୁଦେବଙ୍କୁ ବାଟ ଛାଡ଼ିିଥିଲେ। ଠାକୁର ଘଣ୍ଟ, ଛତା, କାହାଳି ସହିତ ଯାଇ ନାଭିକଟା ମଣ୍ଡପଠାରେ ଥିବା ଖଟଶେଯ ଉପରେ ବିଜେ କରିଥିଲେ। ମହାଜନ ସେବକ ଦକ୍ଷିଣୀ ଘରୁ ରାମକୃଷ୍ଣଙ୍କୁ ଆଣି ଖଟଶେଯରେ ବିଜେ କରାଇଥିଲେ। ସେଠାରେ ଜନ୍ମ ନୀତି, ନାଭିକଟାଠାରୁ ଉପନୟନ ସଂସ୍କାର ପର୍ଯ୍ୟନ୍ତ କର୍ମମାନ ହୋଇଥିଲା। ମହାଜନ ସେବକ ତିନିଠାକୁରଙ୍କୁ ଜଗମୋହନରେ ବନ୍ଧାଯାଇଥିବା ଦୋଳିରେ ବିଜେ କରାଇଥିଲେ। ଶୀତଳ ଭୋଗ ଓ ବନ୍ଦାପନା ହୋଇଥିଲା। ରାମକୃଷ୍ଣ ଭିତର ସିଂହାସନ ଏବଂ ମଦନମୋହନ ଦକ୍ଷିଣୀ ଘରକୁ ବିଜେ କରିବା ପରେ ବଡ଼ସିଂହାର ଭୋଗ ବଢି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହୁଡ଼ ନୀତି ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri