ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ଅଧରପଣା ନୀତି ସମ୍ପନ୍ନ ହୋଇଛି। ଏବେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରିିବିଜେକୁ ଅପେକ୍ଷା କରିଛନ୍ତି ଭକ୍ତ। ସୋମବାର ନୀଳାଦ୍ରିବିଜେ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଶେଷ ହେବ। ସେହିପରି ନୀଳାଦ୍ରିବିଜେ ପରେ ମଙ୍ଗଳବାରଠାରୁ ପୁଣି ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇଉଠିବ ଓ ଭକ୍ତମାନେ ନୀଳାଚଳ ଅବଢ଼ା ପାଇପାରିବେ।
ସୋମବାର ଶ୍ରୀବିଗ୍ରହଙ୍କ ନୀଳାଦ୍ରି ବିଜେ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି। ଭୋର୍‌ ୪ଟାରେ ରଥରେ  ମଙ୍ଗଳ ଆଳତି ଅନୁଷ୍ଠିତ ହେବ, ପରେ ଅନ୍ୟାନ୍ୟ ନୀତି ହୋଇ ସକାଳ ଧୂପ ୮ଟାରେ ସମ୍ପନ୍ନ ହେବ । ପରେ ମଇଲମ, ମହାସ୍ନାନ ସର୍ବାଙ୍ଗ, ବେଶ ଶେଷ ହୋଇ ମଧ୍ୟାହ୍ନ ଧୂପ ପରେ ଅନ୍ୟାନ୍ୟ ନୀତି ହୋଇ ଅପରାହ୍ନ ୧ଟା ୩୦ରେ ସା ଧୂପ ସମ୍ପନ୍ନ କରାଯିବ। ଅପରାହ୍ନ ୧ଟା ୩୦ରୁ ୩ ଟା ୩୦ ମଧ୍ୟରେ ଚାରମାଳ ବନ୍ଧା ହୋଇ ୩ଟା ୩୦ରେ ସିଂହାସନ ମାଜଣା କରାଯିବ, ୩ଟା ୫୦ରେ ପୁଷ୍ପାଞ୍ଜଳି ପ୍ରଦାନ କରାଯାଇ ଅପରାହ୍ନ ୪ଟାରେ ନୀଳାଦ୍ରିବିଜେ ପହଣ୍ଡି ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ କରାଯାଇଛି॥ ମୁଦିରସ୍ତ ସେବକ ତିନିରଥରେ ପୁଷ୍ପାଞ୍ଜଳି ପ୍ରଦାନ କରିବା ପରେ ବିଜେ କାହାଳୀ ବାଜିବ। ଘୋଷ ଘଣ୍ଟୁଆଙ୍କ ଘଣ୍ଟନାଦ ମଧ୍ୟରେ ଠାକୁରମାନେ ଗୋଟି ପହଣ୍ଡିରେ ରଥରୁ ଶ୍ରୀମନ୍ଦିରକୁ ବିଜେ କରିବେ। ପ୍ରଥମେ ମହାଜନ ସେବକମାନେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥରୁ ଶ୍ରୀରାମକୃଷ୍ଣ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥରୁ ଶ୍ରୀମଦନମୋହନଙ୍କୁ ଶ୍ରୀମନ୍ଦିରକୁ ବିଜେ କରାଇବେ। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରୁ ଚକ୍ରରାଜ ସୁଦର୍ଶନ, ତାଳଧ୍ୱଜ ରଥରୁ ପ୍ରଭୁ ବଳଭଦ୍ର ଶ୍ରୀମନ୍ଦିରକୁ ବିଜେ କରିବେ। ଏହାପରେ ଦେବୀ ସୁଭଦ୍ରା ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ହେବ। ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହେବା ମାତ୍ରେ ମହାଲକ୍ଷ୍ମୀ ଭେଟମଣ୍ଡପକୁ ବିଜେ କରିବେ। ଭିତରସ୍ଥ ମହାପାତ୍ର ଭେଟମଣ୍ଡପରେ ମହାଲକ୍ଷ୍ମୀ ଏବଂ ମହାପ୍ରଭୁଙ୍କ ଭେଟ କରାଇବେ। ସେଠାରେ ବନ୍ଦାପନା ନୀତି ହେବ। ନବଦିନାତ୍ମକ ଯାତ୍ରାରେ ମହାଲକ୍ଷ୍ମୀଙ୍କୁ ମହାପ୍ରଭୁ ସାଥିରେ ନେଇ ନ ଥିବାରୁ ସେ ଅଭିମାନ କରି ରହିଛନ୍ତି। ତେଣୁ ମହାପ୍ରଭୁ ପହଣ୍ଡି ହୋଇ ସିଂହଦ୍ୱାର ନିକଟରେ ପହଞ୍ଚିବା ମାତ୍ରେ ମହାଲକ୍ଷ୍ମୀ ସିଂହଦ୍ୱାର କବାଟ ବନ୍ଦ କରିଦେବେ। ପରେ ସେ କବାଟ ଖୋଲିଲେ ମହାପ୍ରଭୁ ଶ୍ରୀମନ୍ଦିର ପରିସରକୁ ବିଜେ କରିବେ। ମାତ୍ର ମହାଲକ୍ଷ୍ମୀ ଜୟବିଜୟ ଦ୍ୱାର ବନ୍ଦ କରିଦେବେ। ଠାକୁର ଠାକୁରାଣୀଙ୍କ ମଧ୍ୟରେ ବଚନିକା ହେବ। ଏହାକୁ ଲକ୍ଷ୍ମୀ-ନାରାୟଣ ବଚନିକା ବୋଲି କୁହାଯାଏ। ନୀତି ସରିବା ପରେ ଭଣ୍ଡାରଘର ନିକଟରେ ମହାପ୍ରଭୁ ଏବଂ ମହାଲକ୍ଷ୍ମୀଙ୍କ ବିବାହ ଗଇଁଠାଳ ଫିଟିବ। ମହାପ୍ରଭୁ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ। ଅନ୍ୟାନ୍ୟ ନୀତି ଶେଷ ପରେ ରତ୍ନସିଂହାସନକୁ ମହାପ୍ରଭୁ ବିଜେ କରିବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା…

ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ…

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

ସମୁଦ୍ର ପଥ ପୁଣି ଅଶାନ୍ତ! ଜାହାଜ ଉପରେ ଆକ୍ରମଣ ପରେ, ଇରାନର ବଡ଼ ଚେତାବନୀ

ତେହରାନ,୨୭।୭: କାସ୍ପିଆନ ସାଗରରେ ଏକ ଇରାନୀ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଇରାନ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ୟୁକ୍ରେନକୁ କଡ଼ା…

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri