ଆଜିଠୁ ନବମ, ଏକାଦଶ

ଭୁବନେଶ୍ୱର, ୮।୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବ। ଦୀର୍ଘ ୧୦ମାସ ପରେ ପିଲା ସ୍କୁଲ୍‌ ଯାଇ ପାଠପଢ଼ିବେ। ସୋମବାରରୁ ଶନିବାର ପ୍ରତ୍ୟହ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ୩ଟି ପିରିୟଡ଼ରେ ଶିକ୍ଷାଦାନ ଦିଆଯିବ। ଏହା ମଧ୍ୟରେ କୌଣସି ମଧ୍ୟାନ୍ତର ରହିବ ନାହିଁ। ରବିବାର ପାଠପଢ଼ା ହେବ ନାହିଁ। ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଏକ ୟୁନିଟ୍‌ ପରୀକ୍ଷା ହେବ। ଏପ୍ରିଲ ଶେଷ ସପ୍ତାହରେ ବାର୍ଷିକ ପରୀକ୍ଷା ହେବ। ତେବେ ଏହି ପିଲାଙ୍କ ପାଠପଢ଼ା ସମୟରେ କୋଭିଡ୍‌ ଗାଇଡ୍‌ଲାଇନର ସବୁ ନିୟମକୁ ଅନୁପାଳନ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ଗତ ମାର୍ଚ୍ଚରୁ ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଧୀରେ ଧୀରେ ସ୍ଥିତି ସୁଧୁରିବା ପରେ ପିଲାଙ୍କ ପାଠପଢ଼ା ଓ ବୋର୍ଡ ପରୀକ୍ଷାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛନ୍ତି। ଗତ ଜାନୁୟାରୀ ୮ରୁ ଏହି ଦୁଇ ଶ୍ରେଣୀର ପିଲାଙ୍କ ପାଠପଢ଼ା ଚାଲିଛି। ରବିବାର ବି ସ୍କୁଲ ଖୋଲା ରହିବା ସହ ପାଠପଢ଼ା ହେଉଛି। ୧୦୦ଦିନ ପାଠପଢ଼ା ପରେ ସେମାନଙ୍କ ପରୀକ୍ଷା ହେବ। ତେବେ ଇତିମଧ୍ୟରେ ମେ’ ୩ରୁ ମାଟ୍ରିକ ପରୀକ୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନବମ ଓ ଏକାଦଶ ପାଠପଢ଼ା ଆରମ୍ଭ ହେଲେ ସ୍କୁଲ ପରିସର ଏଣିକି ଚଳଚଞ୍ଚଳ ହୋଇପଡିବ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri