ଆଜିଠୁ ନବମ, ଏକାଦଶ

ଭୁବନେଶ୍ୱର, ୮।୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବ। ଦୀର୍ଘ ୧୦ମାସ ପରେ ପିଲା ସ୍କୁଲ୍‌ ଯାଇ ପାଠପଢ଼ିବେ। ସୋମବାରରୁ ଶନିବାର ପ୍ରତ୍ୟହ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ୩ଟି ପିରିୟଡ଼ରେ ଶିକ୍ଷାଦାନ ଦିଆଯିବ। ଏହା ମଧ୍ୟରେ କୌଣସି ମଧ୍ୟାନ୍ତର ରହିବ ନାହିଁ। ରବିବାର ପାଠପଢ଼ା ହେବ ନାହିଁ। ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଏକ ୟୁନିଟ୍‌ ପରୀକ୍ଷା ହେବ। ଏପ୍ରିଲ ଶେଷ ସପ୍ତାହରେ ବାର୍ଷିକ ପରୀକ୍ଷା ହେବ। ତେବେ ଏହି ପିଲାଙ୍କ ପାଠପଢ଼ା ସମୟରେ କୋଭିଡ୍‌ ଗାଇଡ୍‌ଲାଇନର ସବୁ ନିୟମକୁ ଅନୁପାଳନ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ଗତ ମାର୍ଚ୍ଚରୁ ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଧୀରେ ଧୀରେ ସ୍ଥିତି ସୁଧୁରିବା ପରେ ପିଲାଙ୍କ ପାଠପଢ଼ା ଓ ବୋର୍ଡ ପରୀକ୍ଷାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛନ୍ତି। ଗତ ଜାନୁୟାରୀ ୮ରୁ ଏହି ଦୁଇ ଶ୍ରେଣୀର ପିଲାଙ୍କ ପାଠପଢ଼ା ଚାଲିଛି। ରବିବାର ବି ସ୍କୁଲ ଖୋଲା ରହିବା ସହ ପାଠପଢ଼ା ହେଉଛି। ୧୦୦ଦିନ ପାଠପଢ଼ା ପରେ ସେମାନଙ୍କ ପରୀକ୍ଷା ହେବ। ତେବେ ଇତିମଧ୍ୟରେ ମେ’ ୩ରୁ ମାଟ୍ରିକ ପରୀକ୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନବମ ଓ ଏକାଦଶ ପାଠପଢ଼ା ଆରମ୍ଭ ହେଲେ ସ୍କୁଲ ପରିସର ଏଣିକି ଚଳଚଞ୍ଚଳ ହୋଇପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri