Posted inଜାତୀୟ

ଆଜି ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୬ା୮: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାହା ଶନିବାର ସ୍ଥିର ହେବ। ଦେଶର ଦ୍ୱିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେବାକୁ ଥିବା ନିର୍ବାଚନରେ ଦୁଇଜଣ ପୂର୍ବତନ ରାଜ୍ୟପାଳ ପରସ୍ପର ସହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନକରଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବିରୋଧୀ ଦଳଗୁଡ଼ିକ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ମାର୍ଗାରେଟ ଆଲ୍‌ଭାଙ୍କୁ ଛିଡ଼ା କରାଇଛନ୍ତି। ବିଦାୟୀ ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ୧୦ରେ ଶେଷ ହେବ। ନୂଆ ଉପରାଷ୍ଟ୍ରପତି ୧୧ ତାରିଖରେ ଶପଥ ନେବେ। ଏଥିପାଇଁ ନୂଆ ଉପରାଷ୍ଟ୍ରପତି ଚୟନ ନିମନ୍ତେ ଶନିବାର ପାର୍ଲାମେଣ୍ଟ ହାଉସ୍‌ରେ ନିର୍ବାଚନ ହେବ। ଏଥିରେ ସଂସଦର ଉଭୟ ଗୃହର ମୋଟ ୭୯୦ ସଦସ୍ୟ ଭୋଟ ଦେଇପାରିବେ। ଇଲେକ୍ଟୋରାଲ କଲେଜର ସମସ୍ତ ମତଦାତା ପାର୍ଲାମେଣ୍ଟର ସଦସ୍ୟ ହୋଇଥିବାରୁ ପ୍ରତ୍ୟେକ ଏମ୍‌ପିଙ୍କ ଭୋଟର ମୂଲ୍ୟ ୧ ରହିବ। ବାଲଟ ପେପରରେ ଗୁପ୍ତ ମତଦାନ କରାଯିବ। ମତଦାତା କାହାକୁ ଭୋଟ ଦେଇଛନ୍ତି ତାହା କହିଲେ କିମ୍ବା ବାଲଟ ପେପର ଦେଖାଇଦେଲେ ତାଙ୍କ ଭୋଟ ରଦ୍ଦ ହୋଇଯିବ। ଏପରି କି କୌଣସି ଦଳ ନିଜ ଏମ୍‌ପିମାନଙ୍କ ଉପରେ ହୁଇପ୍‌ ଜାରି କରିପାରିବେ ନାହିଁ ବୋଲି ପୂର୍ବରୁ ନିର୍ବାଚନ କମିଶନ ସ୍ପଷ୍ଟ କରିଛନ୍ତି। ମତଦାନ ଶେଷ ହେବା ପରେ ଭୋଟ ଗଣତି କରାଯିବ। ସରକାରୀ ତଥ୍ୟାନୁସାରେ ୨୦୨୨ ଉପରାଷ୍ଟ୍ରପତି ନିର୍ବାଚନରେ ଇଲେକ୍ଟୋରାଲ କଲେଜରେ ରାଜ୍ୟ ସଭାର ୨୩୩ ନିର୍ବାଚିତ ଓ ୧୨ ମନୋନୀତ ସଦସ୍ୟଙ୍କ ସମେତ ଲୋକ ସଭାର ୫୪୩ ନିର୍ବାଚିତ ଓ ୨ ମନୋନୀତ ସଦସ୍ୟ ଅଛନ୍ତି। ନିର୍ବାଚନରେ ବିଜୟୀ ହେବା ପାଇଁ ପ୍ରାର୍ଥୀଙ୍କୁ ୩୯୫ ଭୋଟ ଆବଶ୍ୟକ। ଧନକରଙ୍କୁ ୨୦ ଦଳ ସମର୍ଥନ କରୁଥିବାବେଳେ ଆଲ୍‌ଭାଙ୍କ ସପକ୍ଷରେ ୧୮ ଦଳ ଥିବା କୁହାଯାଉଛି। ତେଣୁ ଧନକରଙ୍କ ବିଜୟ ସମ୍ଭାବନା ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri