ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୫ା୪(ସୁବାସ ଚନ୍ଦ୍ର ପ୍ରଧାନ): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ବିଧି ମୁତାବକ ସମ୍ପନ୍ନ ହୋଇଛି। ଦୈନିକ ନୀତି ଠାକୁରାଣୀ ସନ୍ଧ୍ୟା ଧୂପ, ନବପତ୍ରିକା ପୂଜା ସରିବା ପରେ ପତ୍ରୀ ସେବକ ଘଣ୍ଟ, କାହାଳି ଓ ମଶାଲ ସହିତ ମୁକ୍ତେଶ୍ୱର ମନ୍ଦିରକୁ ଯାତ୍ରା କରିଥିଲେ। ସେଠାରେ ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ୨ଘଡ଼ା(ମାଠିଆ) ପାଣି ଆଣାଯାଇ ରଥଖଳା ନିକଟରେ ଥିବା ରଥ ପ୍ରତିଷ୍ଠା ମଣ୍ଡପରେ ରଖାଯାଇଥିଲା। ଏହାପରେ ମନ୍ଦିର ପୁରୋହିତ ମନୋରଞ୍ଜନ ଦାଶ ଏବଂ ପୁରୀ ରାଜଗୁରୁଙ୍କ ସହ କ୍ଷେତ୍ରବାସୀ ବ୍ରାହ୍ମଣ ସେବାୟତ ରଥ ପ୍ରତିଷ୍ଠା କାର୍ଯ୍ୟ ଆରମ୍ଭ କରିଥିଲେ। ରାଜଗୁରୁ କର୍ତ୍ତାଭାବେ ପ୍ରତିଷ୍ଠା କାର୍ଯ୍ୟ ସମ୍ପାଦନ କରିଥିଲେ। ଏହାପରେ ରଥରେ ପତାକା ଓ ରଥ ବସ୍ତ୍ର ତଥା କପଡ଼ା ଲଗାଯାଇଥିଲା। ପାଳିଆ ପୂଜାପଣ୍ଡା ସେବକ ଦକ୍ଷିଣିଘରୁ ଶ୍ରୀଲିଙ୍ଗରାଜଙ୍କ ପ୍ରତିନିଧି ପଞ୍ଚବକ୍ରଙ୍କୁ ଧରି ରଥ ଉପରେ ପହଞ୍ଚିଥିଲେ। ଏହାପରେ ପତ୍ରୀ ସେବକ ଠା’ କରିସାରିବା ପରେ ପଞ୍ଚ ଉପଚାରରେ ଭୋଗ ନୈବେଦ୍ୟ କରାଯାଇ ଆଳତି କରାଯାଇଥିଲା। ସୂଚନାଥାଉ କି, ରଥ ନିର୍ମାଣ କାର୍ଯ୍ୟ ତଦାରଖ ନିମନ୍ତେ ପଞ୍ଚବକ୍ର ରଥକୁ ଯାଇଥିଲେ। ଏହାପରେ ପଞ୍ଚବକ୍ର ମନ୍ଦିରକୁ ବିଜେ କରିଥିଲେ। ପରେ ବଡ଼ସିଂହାର କରାଯାଇ ମନ୍ଦିର ପହୁଡ଼ ପଡ଼ିଥିଲା

ରଥ, ପଥ ପ୍ରସ୍ତୁତ
ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ, ଜଳସମ୍ପଦ ବିଭାଗ, ବିଏମ୍‌ସି, ବିଦ୍ୟୁତ୍‌ ବିଭାଗ ପରି ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ରଥଯାତ୍ରାରେ ସହଯୋଗ ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନମାନଙ୍କୁ ମଧ୍ୟ ମନ୍ଦିର ପ୍ରଶାସନ ପକ୍ଷରୁ ଆମନ୍ତ୍ରଣ କରାଯାଇଛି। ମନ୍ଦିର ସିଂହଦ୍ୱାରକୁ ଫୁଲରେ ସଜାଯାଇଥିବା ବେଳେ ଆଲୋକୀକରଣ ମଧ୍ୟ କରାଯାଇଛି। ଶନିବାର ଦୈନିକ ନୀତି ସମାପନ ପରେ ଅପରାହ୍ନ ୩ଟା ୩୦ରେ ରଥ ଟଣାଯିବ ବୋଲି ସ୍ଥିର ହୋଇଛି। ରଥଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୩୭ସେକ୍ସନ ପୋଲିସ ଫୋର୍ସ ମୁତୟନ କରାଯାଇଛି ବୋଲି ଶ୍ରୀଲିଙ୍ଗରାଜ ଥାନା ଆଇଆଇସି ପୂର୍ଣ୍ଣଚନ୍ଦ୍ର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri