ଆଜିଠୁ ୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨।୬(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଶେଷରେ ରାଜଧାନୀ ଭୁବନେଶ୍ୱରରେ ବୁଧବାରଠାରୁ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କ ପାଇଁ ୨ୟ ଡୋଜ୍‌ କୋଭିଡ୍‌ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ଏନେଇ ବିଏମ୍‌ସି ପକ୍ଷରୁ ୟୁନିଟ-୩ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘାଟିକିଆ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ପୋଖରୀପୁଟ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ କ୍ୟାପିଟାଲ ହସ୍ପିଟାଲକୁ ଚିହ୍ନଟ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରୁ ହିଁ ସ୍ଲଟ୍‌ ବୁକିଂ ଆରମ୍ଭ ହୋଇଯାଇଛି। ଜୁନ୍‌ ୨ରୁ ୫ ତାରିଖ ପର୍ଯ୍ୟନ୍ତ ଟିକାକରଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେହିପରି ପ୍ରତ୍ୟହ ସକାଳ ୮ଟା ୩୦ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଟିକାକରଣ ଚାଲୁ ରହିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସହରରେ ପର୍ଯ୍ୟାପ୍ତ ପରିମାଣର ଟିକା ନ ଥିବାରୁ କେବଳ ଏହି ୪ଟି ସ୍ବାସ୍ଥ୍ୟକେନ୍ଦ୍ରକୁ ଟିକାକରଣ ପାଇଁ ଅନୁମତି ଦିଆଯାଇଛି। ସେହିପରି ପ୍ରଥମ ଦିନରେ ପ୍ରତି ସେଣ୍ଟରରେ ୫୦ଜଣ ଲେଖାଏ ମୋଟ ୨ଶହ ଜଣଙ୍କୁ ଟିକା ଦେବା ପାଇଁ ସ୍ଲଟ୍‌ ବ୍ୟବସ୍ଥା ହୋଇଛି। ଏହି ବର୍ଗର ଲୋକଙ୍କ ପାଇଁ ଖୁବ୍‌ କମ୍‌ ଟିକା ରହିଥିବାରୁ ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ଟିକା ଦିଆଯାଇପାରିବ କି ନାହିଁ ସେ ନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଖୁବ୍‌ଶୀଘ୍ର ଦ୍ୱିତୀୟ ଡୋଜ୍‌ ଟିକା ଆସିବ ଓ ୧୮ରୁ ୪୪ବର୍ଗର ହିତାଧିକାରୀଙ୍କୁ ଟିକା ଦିଆଯିବ। ତେବେ ୪୫ରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କ ପାଇଁ ପର୍ଯ୍ୟାପ୍ତ ପରିମାଣର ଟିକା ରହିଛି ବୋଲି ବିଏମ୍‌ସିର ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ ଅନ୍ତର୍ଯ୍ୟାମୀ ମିଶ୍ର କହିଛନ୍ତି। ସେହିପରି ଟିକା ନେବା ପାଇଁ ବିଶେଷକରି ଯୁବପିଢ଼ିଙ୍କ ମଧ୍ୟରେ ଆଗ୍ରହ ଦେଖା ଦେଉଥିବାରୁ ସ୍ଲଟ୍‌ ଖୋଲିବାର କିଛି ମିନିଟ୍‌ ମଧ୍ୟରେ ହିଁ ସମସ୍ତ ସ୍ଲଟ୍‌ ବୁକିଂ ହୋଇଯାଉଛି। ତେଣୁ ଅନେକଙ୍କୁ ସ୍ଲଟ ପାଇବାରେ ସମସ୍ୟା ଦେଖା ଦେଉଛି। ଅନେକେ ଏଥିପାଇଁ କୋ-ଓ୍ବିନ୍‌ ଆପ୍‌ରେ ତ୍ରୁଟି ଥିବା ଅଭିଯୋଗ କରୁଛନ୍ତି, ମାତ୍ର ଆପ୍‌ରେ କୌଣସି ଅସୁବିଧା ନାହିଁ। ଏବେ ପର୍ଯ୍ୟାପ୍ତ ଟିକା ନାହିଁ। ଟିକା ଆସିବା ପରେ ଅଧିକ ସ୍ଲଟ୍‌ ଖୋଲାଯିବ ଓ ହିତାଧିକାରୀମାନେ ଏହାର ଲାଭ ଉଠାଇ ପାରିବେ ବୋଲି ମିଶ୍ର କହିଛନ୍ତି।
ସୂଚନାଯୋଗ୍ୟ, ମେ ୩ରୁ ୨୮ ତାରିଖ ମଧ୍ୟରେ ୧୮-୪୪ ବର୍ଷ ବର୍ଗର ମୋଟ ୧ ଲକ୍ଷ ୫୧ ହଜାର ୪୨୬ ଜଣ ପ୍ରଥମ ଡୋଜ୍‌ ନେଇଛନ୍ତି। ଭୁବନେଶ୍ୱରରେ ବିଶେଷ କରି ୧୮ ରୁ ୪୪ ବର୍ଗର ହିତାଧିକାରୀ ଯେଉଁମାନେ ପ୍ରଥମ ଡୋଜ ନେଇନାହାନ୍ତି ସେମାନଙ୍କ ପାଇଁ ଟିକା ସଙ୍କଟ ଅଭାବ ପରିଲକ୍ଷିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri