ଆଜି ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌ ଶୁକ୍ରବାର ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ସବୁ ଜିଲା ଓ ମ୍ୟୁନିସିପାଲିଟି ଅଞ୍ଚଳରେ କରାଯିବ। ଉପଖଣ୍ଡ ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଜିଲାର ବଡ ଘରୋଇ ମେଡିକାଲ ଓ ମେଡିକାଲ କଲେଜରେ ଡ୍ରାଏ ରନ୍‌ ହେବ। ଏନେଇ ସବୁ ଜିଲାପାଳ, ପୌର କର୍ତ୍ତୃପକ୍ଷ ଓ ସିଡିଏମ୍‌ଓଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖିଛନ୍ତି। ଆସନ୍ତା ୧୩ ତାରିଖରୁ ସବୁ ରାଜ୍ୟରେ ଟିକାକରଣ ଆରମ୍ଭ ହେବ। ଡ୍ରାଏ ରନ୍‌ ସମୟରେ ଟିକାକରଣ କେନ୍ଦ୍ରରେ ୨୦ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ଡମି ଟିକା ଦିଆଯିବ। ସବୁ ବିଷୟକୁ ଭଲଭାବେରେ ଯାଞ୍ଚ କରିବା ଲାଗି ସରକାର ଡ୍ରାଏ ରନ୍‌ କାର୍ଯ୍ୟକ୍ରମ କରୁଛନ୍ତି। ଅନ୍ୟପଟେ ଟିକାକରଣ ପ୍ରକ୍ରିୟା ଆସନ୍ତା ସପ୍ତାହରୁ ଆରମ୍ଭ ହେବା କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଯୋଗଦେଇ କହିଛନ୍ତି, ସ୍ବାସ୍ଥ୍ୟକର୍ମୀଙ୍କ ସହ ଲୋକ ପ୍ରତିନିଧିଙ୍କୁ ଟିକା ଦେବା ଲାଗି ଦାବି କରାଯାଇଛି। ଦେଶରେ ଯେଉଁ ଭାକ୍ସିନ ଏକ୍ସପର୍ଟମାନେ ରହିଛନ୍ତି ସେମାନେ ସବୁ ରାଷ୍ଟ୍ରୀୟ ଏବଂ ଅନ୍ତଃରାଷ୍ଟ୍ରୀୟ ଆଲୋଚନା ହୋଇଛି। କୋଭିଡ୍‌ ଟିକାକରଣ ପ୍ରକ୍ରିୟାକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବାକୁ ପଡିବ। ପୂର୍ବରୁ ପୋଲିଓ ବିରୋଧରେ ଯେପରି କାର୍ଯ୍ୟକ୍ରମ ଚାଲିଥିଲା କୋଭିଡ୍‌ କ୍ଷେତ୍ରରେ ମଧ୍ୟ ସମାନ ପରିଶ୍ରମ କରିବାକୁ ପଡିବ। ଡ୍ରାଏ ରନ୍‌ ପ୍ରକ୍ରିୟାକୁ ମଧ୍ୟ ଭଲରେ ଦେଖିବା ସହିତ ଭାକ୍ସିନ ରଖିବା ଲାଗି ସବୁ ପ୍ରକାର ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ତୃଣମୂଳସ୍ତର ପର୍ଯ୍ୟନ୍ତ କିପରି ଭାକ୍ସିନ ପହଞ୍ଚିପାରିବ ତାହା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri