ଆଜି ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌ ଶୁକ୍ରବାର ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ସବୁ ଜିଲା ଓ ମ୍ୟୁନିସିପାଲିଟି ଅଞ୍ଚଳରେ କରାଯିବ। ଉପଖଣ୍ଡ ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଜିଲାର ବଡ ଘରୋଇ ମେଡିକାଲ ଓ ମେଡିକାଲ କଲେଜରେ ଡ୍ରାଏ ରନ୍‌ ହେବ। ଏନେଇ ସବୁ ଜିଲାପାଳ, ପୌର କର୍ତ୍ତୃପକ୍ଷ ଓ ସିଡିଏମ୍‌ଓଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖିଛନ୍ତି। ଆସନ୍ତା ୧୩ ତାରିଖରୁ ସବୁ ରାଜ୍ୟରେ ଟିକାକରଣ ଆରମ୍ଭ ହେବ। ଡ୍ରାଏ ରନ୍‌ ସମୟରେ ଟିକାକରଣ କେନ୍ଦ୍ରରେ ୨୦ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ଡମି ଟିକା ଦିଆଯିବ। ସବୁ ବିଷୟକୁ ଭଲଭାବେରେ ଯାଞ୍ଚ କରିବା ଲାଗି ସରକାର ଡ୍ରାଏ ରନ୍‌ କାର୍ଯ୍ୟକ୍ରମ କରୁଛନ୍ତି। ଅନ୍ୟପଟେ ଟିକାକରଣ ପ୍ରକ୍ରିୟା ଆସନ୍ତା ସପ୍ତାହରୁ ଆରମ୍ଭ ହେବା କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଯୋଗଦେଇ କହିଛନ୍ତି, ସ୍ବାସ୍ଥ୍ୟକର୍ମୀଙ୍କ ସହ ଲୋକ ପ୍ରତିନିଧିଙ୍କୁ ଟିକା ଦେବା ଲାଗି ଦାବି କରାଯାଇଛି। ଦେଶରେ ଯେଉଁ ଭାକ୍ସିନ ଏକ୍ସପର୍ଟମାନେ ରହିଛନ୍ତି ସେମାନେ ସବୁ ରାଷ୍ଟ୍ରୀୟ ଏବଂ ଅନ୍ତଃରାଷ୍ଟ୍ରୀୟ ଆଲୋଚନା ହୋଇଛି। କୋଭିଡ୍‌ ଟିକାକରଣ ପ୍ରକ୍ରିୟାକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବାକୁ ପଡିବ। ପୂର୍ବରୁ ପୋଲିଓ ବିରୋଧରେ ଯେପରି କାର୍ଯ୍ୟକ୍ରମ ଚାଲିଥିଲା କୋଭିଡ୍‌ କ୍ଷେତ୍ରରେ ମଧ୍ୟ ସମାନ ପରିଶ୍ରମ କରିବାକୁ ପଡିବ। ଡ୍ରାଏ ରନ୍‌ ପ୍ରକ୍ରିୟାକୁ ମଧ୍ୟ ଭଲରେ ଦେଖିବା ସହିତ ଭାକ୍ସିନ ରଖିବା ଲାଗି ସବୁ ପ୍ରକାର ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ତୃଣମୂଳସ୍ତର ପର୍ଯ୍ୟନ୍ତ କିପରି ଭାକ୍ସିନ ପହଞ୍ଚିପାରିବ ତାହା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri