ଆଜି ଭୁବନେଶ୍ୱରରେ ବର୍ଷର ସବୁଠାରୁ ଛୋଟ ଦିନ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱର ପାଇଁ ଶନିବାର ଚଳିତବର୍ଷର ସବୁଠାରୁ ଛୋଟ ଦିନ ଓ ଦୀର୍ଘତମ ରାତି ହେବ। ଦିନର ଅବଧି ପ୍ରାୟ ୧୦ଘଣ୍ଟା ୫୪ ମିନିଟ୍‌ ୨୪ ସେକେଣ୍ଡ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ ୩୬ ସେକେଣ୍ଡ ରହିବ। ସାଧାରଣତଃ ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ୧୨ଦିନ ଧରି ଭୁବନେଶ୍ୱରରେ ଦିନର ଅବଧି ପ୍ରାୟ ୧୦ ଘଣ୍ଟା ୫୫ ମିନିଟ୍‌ ଓ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍‌ ହୋଇଥାଏ। ସେହିପରି ସୁନ୍ଦରଗଡ଼ ଓ ମାଲକାନଗିରିଠାରେ ଦିନର ଅବଧି ଯଥାକ୍ରମେ ୧୦ଘଣ୍ଟା ୪୭ ମିନିଟ୍‌ ଓ ୧୧ଘଣ୍ଟା ୧ମିନିଟ୍‌ ହେବ। ସମାନ ଭାବେ ଦିଲ୍ଲୀ ଓ କନ୍ୟାକୁମାରୀଠାରେ ଦିନର ଅବଧି ମାତ୍ର ୧୦ ଘଣ୍ଟା ୧୯ ମିନିଟ୍‌ ଓ ୧୧ଘଣ୍ଟା ୩୯ ମିନିଟ୍‌ ରହିବ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ର ପୂର୍ବତନ ଉପନିର୍ଦ୍ଦେଶକ ତଥା ଜନବିଜ୍ଞାନୀ ଡ. ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।
ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ ଏବଂ ଏହା ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ। ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ ବା ଦିନର ଲମ୍ବ ବଡ ହେବାକୁ ଆରମ୍ଭ ହୁଏ। ତେଣୁ ଡିସେମ୍ବର ୨୫କୁ ‘ବଡଦିନ’ ରୂପେ ପାଳନ କରାଯାଏ। ମାର୍ଚ୍ଚ ୨୨ କିମ୍ବା ୨୩ ତାରିଖ ବେଳକୁ ଦିନ ଓ ରାତିର ଅବଧି ପାଖାପାଖି ସମାନ ହୁଏ। ଜୁନ ୨୧ କିମ୍ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ସବୁଠାରୁ ବଡ଼ ଦିନ ହୋଇଥାଏ। ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ ବର୍ଷସାରା ଦିନର ଦୈର୍ଘ୍ୟରେ ବଡ଼ ପାର୍ଥକ୍ୟ ଅନୁଭୂତ ହୁଏ। ସେଠାରେ ଶୀତଋତୁରେ ଦିନଗୁଡ଼ିକ ଅତ୍ୟନ୍ତ ଛୋଟ ହୁଏ। ପ୍ରତ୍ୟେକ ବର୍ଷ ଜୁନ ୨୧ରେ ସୂର୍ଯ୍ୟ ଉତ୍ତର ଗୋଲାର୍ଦ୍ଧର ୨୩.୫ ଡିଗ୍ରୀରେ ଥିବା କର୍କଟକ୍ରାନ୍ତିଠାରୁ ଧୀରେଧୀରେ ଦକ୍ଷିଣ ଦିଗକୁ ଗତି କରିଥାଏ, ଯାହାକୁ ଆମେ ସୂର୍ଯ୍ୟର ଦକ୍ଷିଣାୟନ ଗତି କହିଥାଉ। ଏହିପରି ଦକ୍ଷିଣ ଦିଗକୁ ଢଳିଢଳି ୨୨ ଡିସେମ୍ବର ବେଳକୁ ସୂର୍ଯ୍ୟ ବିଷୁବ ରେଖାଠାରୁ ୨୩.୫ ଡିଗ୍ରୀ ଦକ୍ଷିଣରେ ଥିବା ମକର କ୍ରାନ୍ତିରେ ପହଞ୍ଚତ୍ଥାଏ। ଫଳରେ ବର୍ଷର ବିଭିନ୍ନ ସମୟରେ ଦିନ ଓ ରାତିର ଅବଧିରେ ତାରତମ୍ୟ ହୋଇଥାଏ ବୋଲି ଡ. ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri