ଆଜି ଭୁବନେଶ୍ୱରରେ ବର୍ଷର ସବୁଠାରୁ ଛୋଟ ଦିନ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱର ପାଇଁ ଶନିବାର ଚଳିତବର୍ଷର ସବୁଠାରୁ ଛୋଟ ଦିନ ଓ ଦୀର୍ଘତମ ରାତି ହେବ। ଦିନର ଅବଧି ପ୍ରାୟ ୧୦ଘଣ୍ଟା ୫୪ ମିନିଟ୍‌ ୨୪ ସେକେଣ୍ଡ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ ୩୬ ସେକେଣ୍ଡ ରହିବ। ସାଧାରଣତଃ ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ୧୨ଦିନ ଧରି ଭୁବନେଶ୍ୱରରେ ଦିନର ଅବଧି ପ୍ରାୟ ୧୦ ଘଣ୍ଟା ୫୫ ମିନିଟ୍‌ ଓ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍‌ ହୋଇଥାଏ। ସେହିପରି ସୁନ୍ଦରଗଡ଼ ଓ ମାଲକାନଗିରିଠାରେ ଦିନର ଅବଧି ଯଥାକ୍ରମେ ୧୦ଘଣ୍ଟା ୪୭ ମିନିଟ୍‌ ଓ ୧୧ଘଣ୍ଟା ୧ମିନିଟ୍‌ ହେବ। ସମାନ ଭାବେ ଦିଲ୍ଲୀ ଓ କନ୍ୟାକୁମାରୀଠାରେ ଦିନର ଅବଧି ମାତ୍ର ୧୦ ଘଣ୍ଟା ୧୯ ମିନିଟ୍‌ ଓ ୧୧ଘଣ୍ଟା ୩୯ ମିନିଟ୍‌ ରହିବ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ର ପୂର୍ବତନ ଉପନିର୍ଦ୍ଦେଶକ ତଥା ଜନବିଜ୍ଞାନୀ ଡ. ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।
ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ ଏବଂ ଏହା ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ। ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ ବା ଦିନର ଲମ୍ବ ବଡ ହେବାକୁ ଆରମ୍ଭ ହୁଏ। ତେଣୁ ଡିସେମ୍ବର ୨୫କୁ ‘ବଡଦିନ’ ରୂପେ ପାଳନ କରାଯାଏ। ମାର୍ଚ୍ଚ ୨୨ କିମ୍ବା ୨୩ ତାରିଖ ବେଳକୁ ଦିନ ଓ ରାତିର ଅବଧି ପାଖାପାଖି ସମାନ ହୁଏ। ଜୁନ ୨୧ କିମ୍ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ସବୁଠାରୁ ବଡ଼ ଦିନ ହୋଇଥାଏ। ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ ବର୍ଷସାରା ଦିନର ଦୈର୍ଘ୍ୟରେ ବଡ଼ ପାର୍ଥକ୍ୟ ଅନୁଭୂତ ହୁଏ। ସେଠାରେ ଶୀତଋତୁରେ ଦିନଗୁଡ଼ିକ ଅତ୍ୟନ୍ତ ଛୋଟ ହୁଏ। ପ୍ରତ୍ୟେକ ବର୍ଷ ଜୁନ ୨୧ରେ ସୂର୍ଯ୍ୟ ଉତ୍ତର ଗୋଲାର୍ଦ୍ଧର ୨୩.୫ ଡିଗ୍ରୀରେ ଥିବା କର୍କଟକ୍ରାନ୍ତିଠାରୁ ଧୀରେଧୀରେ ଦକ୍ଷିଣ ଦିଗକୁ ଗତି କରିଥାଏ, ଯାହାକୁ ଆମେ ସୂର୍ଯ୍ୟର ଦକ୍ଷିଣାୟନ ଗତି କହିଥାଉ। ଏହିପରି ଦକ୍ଷିଣ ଦିଗକୁ ଢଳିଢଳି ୨୨ ଡିସେମ୍ବର ବେଳକୁ ସୂର୍ଯ୍ୟ ବିଷୁବ ରେଖାଠାରୁ ୨୩.୫ ଡିଗ୍ରୀ ଦକ୍ଷିଣରେ ଥିବା ମକର କ୍ରାନ୍ତିରେ ପହଞ୍ଚତ୍ଥାଏ। ଫଳରେ ବର୍ଷର ବିଭିନ୍ନ ସମୟରେ ଦିନ ଓ ରାତିର ଅବଧିରେ ତାରତମ୍ୟ ହୋଇଥାଏ ବୋଲି ଡ. ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

ଗ୍ରହଣ ସମୟରେ ଭଗବାନଙ୍କ ମୂର୍ତ୍ତୀ ଛୁଇଁବାକୁ କାହିଁକି ବାରଣ କରାଯାଏ? ସତ ଜାଣିଲେ…

ଶ୍ରାବଣର ପବିତ୍ର ମାସ ଭଗବାନ ଶିବଙ୍କ ଆରାଧନା ପାଇଁ ଅତ୍ୟନ୍ତ ଖାସ୍ ବୋଲି ମାନାଯାଏ। ଏହି ସମୟରେ ସାରା ଦେଶର ଶିବ ମନ୍ଦିରଗୁଡ଼ିକରେ ଭକ୍ତଙ୍କ ଭିଡ଼ ଦେଖିବାକୁ…

ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନ! ୧୭ ଅଗଷ୍ଟ ପର୍ଯ୍ୟନ୍ତ ରହିବନି କୌଣସି ପ୍ରକାରର ଟେନସନ, ୩ ରାଶିରେ ଟଙ୍କା ବର୍ଷା…

ଗ୍ରହରାଜ ସୂର୍ଯ୍ୟଦେବ, ଅଶ୍ଲେଷା ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଯାହାର ସ୍ୱାମୀ ନିଜେ ସ୍ୱୟଂ ବୁଧ ଦେବ ଅଟନ୍ତି । ଏହି ନକ୍ଷତ୍ରରେ ସୂର୍ଯ୍ୟ ଦେବ…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ଗ୍ରୀକ୍‌ ଓ ଭାରତୀୟ ନାଟ୍ୟକଳାରେ ବିବିଧତା

ଚୀନ ଗ୍ରୀସ୍‌ ଓ ଭାରତର ନାଟ୍ୟକଳା ଭଳି ଦୁଇଟି ମହାନ୍‌ ଶାସ୍ତ୍ରୀୟ ପରମ୍ପରା ମାଧ୍ୟମରେ ନାଟ୍ୟକଳାର ଇତିହାସ ପ୍ରାୟତଃ ବର୍ଣ୍ଣନା କରାଯାଏ। ଉଭୟ ପରମ୍ପରା କାହାଣୀ, ଅଭିନୟ,…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri