ଆଜି ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଖୋର୍ଦ୍ଧା ଅଫିସ,୨୪ା୩: ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟ ଗ୍ରହଣ ହେବ। ୩ବର୍ଷ ପରେ ନିର୍ବାଚନ ଅନୁଷ୍ଠିତ ହେଉଥିବାରୁ ସମସ୍ତଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। କିଏ ବାଜି ମାରିବ ତାହାକୁ ନେଇ ଚାଲିଛି ଚର୍ଚ୍ଚା। ଚଳିତ ନିର୍ବାଚନରେ ପୌର ଅଧ୍ୟକ୍ଷ ଆସନ ପାଇଁ ସିଧାସଳଖ ଭୋଟ ହେଉଛି। ଏଥର ପୌର ନିର୍ବାଚନରେ ନୋଟା (ଏଥିରୁ କୌଣସିଟି ନୁହେଁ) ରହିଛି। ପୌରାଧ୍ୟକ୍ଷା ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ମଧ୍ୟରେ ଲଢେଇ ହେବ। ବିଜେଡିର କନକଲକ୍ଷ୍ମୀ ମହାନ୍ତି, ଭାଜପାର କୁନିଲତା ସ୍ବାଇଁ ଏବଂ କଂଗ୍ରେସରୁ ବିନୋଦିନୀ ମହାପାତ୍ର ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି।

ବିଜେଡି ଓ ଭାଜପା ପ୍ରାର୍ଥୀଙ୍କ ମଧ୍ୟରେ କଡା ଟକ୍କର ହେବା ସମ୍ଭାବନା ରହିଛି। ବିଜେଡିର ପୌରାଧ୍ୟକ୍ଷା ପ୍ରାର୍ଥୀଙ୍କୁ ନେଇ ପୂର୍ବରୁ ଦଳରେ ଅସନ୍ତୋଷ ବଢିଥିବା ବେଳେ ପରବର୍ତ୍ତୀ ସମୟରେ ଅସନ୍ତୁଷ୍ଟମାନେ ଦଳୀୟ ନିଷ୍ପତ୍ତିକୁ ସମ୍ମାନ ଜଣାଇ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିଥିଲେ। ଏପରିକି ବେଗୁନିଆ ବିଧାୟକ ଏବଂ ଖୋର୍ଦ୍ଧା ବିଧାୟକ ଗୋଟିଏ ମଞ୍ଚରେ ଏକାଠି ହୋଇଥିଲେ। ତେବେ ଦଳରେ ଅସନ୍ତୋଷ ପାଇଁ ବିଜୟ ପଥରେ କଣ୍ଟା ସାଜିପାରେ ବୋଲି ଚର୍ଚ୍ଚା ହେଉଛି। ସେହିପରି ଭାଜପା ପ୍ରାର୍ଥୀ କୁନିଲତା ପୂର୍ବରୁ ୩ଥର କାଉନସିଲର ଓ ଉପାଧ୍ୟକ୍ଷ ରହିଥିଲେ। ତାଙ୍କ ଅଭିଜ୍ଞତା କାମ ଦେବ ବୋଲି କୁହାଯାଉଛି।

ସେହିପରି ମହିଳାଙ୍କ ଭୋଟ ତାଙ୍କ ସପକ୍ଷରେ ଅଧିକ ଯାଇପାରେ ବୋଲି ଆଲୋଚନା ହେଉଛି। ଭାଜପାା ପୂର୍ବତନ ଜିଲା ସଭାପତି ନିକୁଞ୍ଜ ପଟ୍ଟନାୟକ କହିଛନ୍ତି, ଜନାଦେଶ ଆମ ସାଥିରେ ରହିଛି ପୌର ଅଧ୍ୟକ୍ଷ ସମେତ ଏକାଧିକ ୱାର୍ଡରେ ଭାଜପା ପ୍ରାର୍ଥୀ ବିଜୟ ଲାଭ କରିବେ। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯାଦୁ ଆଗରେ ବିରୋଧୀଙ୍କ ରଣନୀତି କାମ କରିବ ନାହିଁ ବୋଲି ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର କହିଛନ୍ତି। ଖୋର୍ଦ୍ଧା ପୌର ପରିଷଦ ପୁଣି ବିଜେଡି ଦଖଲ କରିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏକ ମନରେ ଦଳ ପାଇଁ କାମ କରିବା ସହ ପ୍ରାର୍ଥୀଙ୍କୁ ବିଜୟ କରାଇବା ଲାଗି ଆହ୍ବାନ ଦିଆଯାଇଛି। ପୌର ଅଧ୍ୟକ୍ଷା ଆସନ ହାତେଇବା ଦଳ ପାଇଁ ଚ୍ୟାଲେଞ୍ଜ ପାଲଟିଛି। ମିଶନ ମହିଳା ଏସ୍‌ଏଚ୍‌ଜି ଗ୍ରୁପ, ବସ୍ତି ଭୋଟ ବିଜେଡି ହାତରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri