ଆଜି ତୃତୀୟ ପର୍ଯ୍ୟାୟ ଭୋଟ

ଭୁବନେଶ୍ୱର,୨୦ା୨ (ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ରବିବାର ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚି ଯାଇଛନ୍ତି। ଏହି ପର୍ଯ୍ୟାୟରେ ୨୯ ଜିଲା ୬୩ ବ୍ଲକର ୧୭୧ ଜିଲା ପରିଷଦ ଜୋନର ୧୩୮୨ ପଞ୍ଚାୟତରେ ନିର୍ବାଚନ ଅନୁଷ୍ଠିତ ହେବ। ୧୮,୪୯୫ଟି ବୁଥ୍‌ରେ ୫୬.୫୩ ଲକ୍ଷ ଜଣ ଭୋଟ ଦେବେ। ସେଥିମଧ୍ୟରୁ ୨୭୭୩ ସମ୍ବେଦନଶୀଳ ବୁଥ୍‌ ରହିଛି। ସେହି ବୁଥ୍‌ଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୭୧ ଜିଲା ପରିଷଦ ଜୋନରେ ୬୭୯ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୧ଟା ଯାଏ ଚାଲିବ।

ନିର୍ବାଚନରେ ହେଉଥିବା ଗଣ୍ଡଗୋଳକୁ ଦେଖି ଆଇନଶୃଙ୍ଖଳା କଡ଼ାକଡ଼ି କରିବାକୁ ପୋଲିସ ମହାନିର୍ଦ୍ଦେଶକଙ୍କୁ ରାଜ୍ୟ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ସମ୍ବେଦନଶୀଳ ବୁଥ୍‌ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହିଂସାକୁ ଦେଖି ଏହି ପର୍ଯ୍ୟାୟ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସମାପନ ପାଇଁ ତତ୍ପରତା ପ୍ରକାଶ ପାଇଛି। ମୋଟ ୩୭,୨୪୫ ପୋଲିସ କର୍ମଚାରୀ ନିର୍ବାଚନ ଦାୟିତ୍ୱ ପରିଚାଳନା କରୁଛନ୍ତି। ଚଳିତ ପଞ୍ଚାୟତ ନିର୍ବାଚନ ଫେବୃୟାରୀ ୧୬ରୁ ଆରମ୍ଭ ହୋଇଛି। ଆସନ୍ତା ୨୪ ତାରିଖ ଯାଏ ୫ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ମୋଟ ୬,୭୯୪ ପଞ୍ଚାୟତରେ ଥିବା ୯୧,୯୧୩ ଓ୍ବାର୍ଡରେ ଭୋଟଗ୍ରହଣ କରାଯିବ। ମୋଟ ୯୧,୯୧୩ଟି ବୁଥ୍‌ରେ ମତଦାନ ହେବ। ସେଥିରୁ ୧୩,୭୮୫ ଉତ୍ତେଜନାପ୍ରବଣ ବୁଥ୍‌ ରହିଛି। ସମସ୍ତ ସମ୍ବେଦନଶୀଳ ବୁଥ୍‌ରେ ମତଦାନର ଭିଡିଓ ରେକର୍ଡିଂ କରାଯିବା ସହ ଷ୍ଟ୍ରଙ୍ଗ୍‌ରୁମ୍‌ରେ ସିସିଟିଭି କ୍ୟାମେରା ଲଗାଯାଇଛି। ଭୋଟ ଗଣତିର ରେକର୍ଡିଂ ମଧ୍ୟ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri