Posted inଜାତୀୟ

ଆଜି ବିମୁଦ୍ରୀକରଣ ରାୟ

ନୂଆଦିଲ୍ଲୀ,୨।୧(ପି.ଟି.): ୨୦୧୬ରେ କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ହୋଇଥିବା ୫୮ଟି ପିଟିଶନ ଉପରେ ସୋମବାର ରାୟ ଘୋଷଣା କରାଯିବ। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ପ୍ରଚଳିତ ୧୦୦୦ ଓ ୫୦୦ ଟଙ୍କିଆ ନୋଟ୍‌କୁ ଅଚଳ ଘୋଷଣା କରିଥିଲେ। ଏହାର ବୈଧତାକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରାଯାଇଥିଲା।

ଶୀତ ଛୁଟି ପରେ ସୋମବାର କୋର୍ଟ ଖୋଲୁଥିବାବେଳେ ଜଷ୍ଟିସ ଏସ୍‌.ଏ. ନାଜିରଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ ରାୟ ଶୁଣାଇବାକୁ ଯାଉଛନ୍ତି। ସୂଚନା ଅନୁଯାୟୀ ଉକ୍ତ ମାମଲା ଉପରେ ଜଷ୍ଟିସ୍‌ ବି.ଆର୍‌. ଗଭାଇ ଏବଂ ବି.ଭି. ନାଗରତ୍ନା ଦୁଇଟି ଅଲଗା ରାୟ ଘୋଷଣା କରିବେ। ତେବେ ଉଭୟ ରାୟ ସମାନ ହେବ କି ଅସହମତି ରହିବ ତାହା ଜଣାପଡ଼ି ନାହିଁ। ଜଷ୍ଟିସ୍‌ ନାଜିର, ଗଭାଇ, ନାଗରତ୍ନାଙ୍କ ବ୍ୟତୀତ ସାମ୍ବିଧାନିକ ପୀଠରେ ଜଷ୍ଟିସ ଏ.ଏସ୍‌. ବୋପନ୍ନା ଏବଂ ଭି. ରାମସୁବ୍ରମଣ୍ୟନ୍‌ ରହିଛନ୍ତି। ସରକାରଙ୍କ ୨୦୧୬ ନିଷ୍ପତ୍ତି ଉପରେ ଆନୁଷଙ୍ଗିକ ରେକର୍ଡ ଦାଖଲ କରିବା ଲାଗି ଗତ ମାସ ୭ ତାରିଖରେ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଏବଂ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)କୁ ନିର୍ଦ୍ଦେଶ ଦେବା ସହ ରାୟ ସଂରକ୍ଷିତ ରଖିଥିଲେ। ଅଦାଲତ ଆର୍‌ବିଆଇ ପକ୍ଷରୁ ଓକିଲ ଆଟର୍ନି ଜେନେରାଲ ଆର୍‌. ଭେଙ୍କଟରମଣୀ ଏବଂ ପିଟିଶନରମାନଙ୍କ ଓକିଲଙ୍କ ଯୁକ୍ତି ଶୁଣିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri