ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ ଶ୍ରୀମନ୍ଦିର ଛାଡ଼ି ଭକ୍ତଙ୍କୁ ଦର୍ଶନଦେବା ନିମନ୍ତେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ। ଭାଇଭଉଣୀଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରା କରିବେ। ଜାତି, ଧର୍ମ, ବର୍ଣ୍ଣ, ନିର୍ୱିଶେଷରେ ରଥାରୂଢ଼ ଦାରୁଦିଅଁଙ୍କ ଦର୍ଶନ କରି କୃତାର୍ଥ ହେବେ ଭକ୍ତ। ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ସାମିଲ ହେବା ନିମନ୍ତେ ଭକ୍ତଙ୍କ ସୁଅ ଶ୍ରୀକ୍ଷେତ୍ରକୁ ଛୁଟିଛି। ରଥଯାତ୍ରାରେ ସାମିଲ ହେବା ନିମନ୍ତେ ସମସ୍ତ ଭକ୍ତଙ୍କ ମନରେ ଉତ୍ସାହ ଓ ଉଲ୍ଲାସ ଭରି ରହିଛି।
ଏହି କ୍ରମରେ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ରଥଖଳାରୁ ତିନିରଥ ଟଣାହୋଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଆସିଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ହେବା ପରେ ଅପରାହ୍ନ ୧ଟା ୧୦ରେ ରଥ ନିକଟକୁ ଆଜ୍ଞାମାଳ ବିଜେ ହୋଇଥିଲା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା। ଭୋଇ ସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ତାଳଧ୍ୱଜ ରଥରେ ବିଜେ କାହାଳୀ ଦିଆଯିବା ପରେ ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ ରଥକୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଟଣାଯାଇଥିଲା। ପରେ ଦେବଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯାଇଛି। ସିଂହଦ୍ୱାର ସମ୍ମୁଖରେ ଲାଗିବା ପରେ ତିନିରଥ ଚାରିପଟେ ପୋଲିସ ପକ୍ଷରୁ ଲୁହା ବ୍ୟାରିକେଡ୍‌ ଦ୍ୱାରା ଆବଦ୍ଧ କରାଯାଇଥିଲା। ରଥଯାତ୍ରା ପାଇଁ ପୁରୀ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି।

ଅପରପକ୍ଷରେ ଶ୍ରୀଗୁଣ୍ଡିଚାରେ ମହାପ୍ରଭୁଙ୍କୁ ପହଣ୍ଡି କରି ଆଣିବା ପାଇଁ ସେନାପଟା ଲାଗି ହୋଇଛି। ରଥଯାତ୍ରା ପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇସାରିଛି। ସକାଳୁ ମଙ୍ଗଳ ଆଳତି ସହ ଅନ୍ୟ ନୀତି ବଢ଼ିବା ପରେ ସାଢ଼େ ୯ଟାରୁ ଚତୁର୍ଦ୍ଧା ବିଗ୍ରହଙ୍କ ପହଣ୍ଡି ଆରମ୍ଭ ହେବ। ଆବଶ୍ୟକସ୍ଥଳେ ନିର୍ଦ୍ଧାରିତ ସମୟ ଆଗରୁ ପହଣ୍ଡି ହେବ। ଗୋଟି ପହଣ୍ଡିରେ ଠାକୁର ରଥକୁ ବିଜେ କରିବେ। ତିନି ରଥରେ ଶ୍ରୀବିଗ୍ରହଙ୍କ ରୁନ୍ଧା ଏବଂ ଗଜପତି ଛେରାପହଁରା କରିବା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ। ବହୁ ସଂଖ୍ୟାରେ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨୨୦ ପ୍ଲାଟୁନ ଫୋର୍ସଙ୍କ ସମେତ ୧୨ ହଜାର ପୋଲିସ ନିୟୋଜିତ ହେବେ। ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ମୁତାବକ, ଗୁରୁବାର ସକାଳ ୬ଟାରେ ମଙ୍ଗଳଆଳତି ପରେ ୬ଟା ୧୦ରେ ମଇଲମ, ସାଢ଼େ ୬ଟାରେ ଅବକାଶ, ୭ଟାରେ ସୂର୍ଯ୍ୟପୂଜା, ୭ଟା ୧୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ, ୮ଟାରୁ ୯ଟା ସକାଳ ଧୂପରେ ଖେଚୁଡ଼ି ଭୋଗ ହେବ। ସକାଳ ୯ଟାରେ ରଥ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳାର୍ପଣ ପରେ ସାଢ଼େ ୯ଟାରୁ ପହଣ୍ଡି ଆରମ୍ଭ ହୋଇ ସାଢ଼େ ୧୨ଟା ସୁଦ୍ଧା ପହଣ୍ଡି ଶେଷ କରିବା ନେଇ ଲକ୍ଷ୍ୟ ରହିଛି। ମଧ୍ୟାହ୍ନ ସାଢ଼େ ୧୨ଟାରୁ ୧ଟା ଭିତରେ ମଦନମୋହନ, ଶ୍ରୀରାମ ଓ ଶ୍ରୀକୃଷ୍ଣ ରଥକୁ ବିଜେ କରିବେ। ସାଢ଼େ ଗୋଟାଏରୁ ୨ଟା ଭିତରେ ଚିତା ଲାଗି, ସାଢ଼େ ୧ଟାରୁ ସାଢ଼େ ୨ଟା ଭିତରେ ବେଶ ଶେଷ ପରେ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା ଶେଷ ହେବ। ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗି ହେବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ତିନିରଥ ପହଞ୍ଚତ୍ୱା ପରେ ରଥ ଉପରେ ନୀତିକାନ୍ତି ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri