ଆଜି ବିଜୟା ଦଶମୀ: ମାଣିକେଶ୍ୱରୀଙ୍କ ପୀଠରେ ଅନୁଷ୍ଠିତ ହେଲା ଲାଖମରା ପର୍ବ

ଭବାନୀପାଟଣା,୫।୧୦(ସ୍ବ.ପ୍ର.)-କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବୁଧବାର ବିଜୟା ଦଶମୀ ଅବସରରେ ଭବାନୀପାଟଣାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି। ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ । ବିଜୟ ଯାତ୍ରା ବା ରାଜ୍ୟଜୟର ପ୍ରତୀକ ଭାବେ ଏହି ପର୍ବ ପାଳିତ ହୁଏ ।

ବିଜୟା ଦଶମୀ ତିଥୀରେ ମାଣିକେଶ୍ୱରୀଙ୍କ ଲାଖବିନ୍ଧା ବା ଲାଖମରା ପର୍ବ ଅନୁଷ୍ଠିତ ହୋଇଥାଏ । ଅପରାହ୍ନରେ ଛତ୍ର ବାହକ ମାଣିକେଶ୍ୱରୀଙ୍କ ବିଜୟ ପ୍ରତିମା ଛତ୍ରକୁ ଧରି ବାହୁକ,ମୁଣ୍ଡଛିନା, ସେବାୟତ ସହ ଜେନାବାଦ୍ୟ, ଘୁମୁରା ଓ ଘଣ୍ଟ ଘଣ୍ଟାର ତାଳେ ତାଳେ ମନ୍ଦିରରୁ ବାହାରି ପଶ୍ଚିମ ଉପକଣ୍ଠରେ ଥିବା ଲାଖମରା ପଡିଆକୁ ଯାଇଥିଲେ। ଲାଖମରା ପଡିଆରେ ଥିବା ଅସ୍ଥାୟୀ ମଣ୍ଡପରେ ଦେବୀଙ୍କ ଛତ୍ରକୁ ସ୍ଥାପନ କରାଯିବା ସହ ବିଧି ବିଧାନ ପୂର୍ବକ ପୂଜାର୍ଚ୍ଚନା ଓ ଛାଗଳ ବଳି ଦିଆଯାଇଥିଲା । ପରମ୍ପରା ଅନୁଯାୟୀ କଳାହାଣ୍ଡି ରାଜ ପରିବାର ସଦସ୍ୟ ଛତ୍ରକୁ ବନ୍ଦାପନା କରିବା ପରେ ଆରମ୍ଭ ହୋଇଥିଲା ଲାଖମରା ପର୍ବ ।

ଏକ ସୁଉଚ୍ଚ ଖମ୍ବରେ ବନ୍ଧା ଯାଇଥିବା ମାଟି ହାଣ୍ଡିରେ ନିର୍ମିତ ଦେବୀଙ୍କ ଲାଖକୁ ଲକ୍ଷ୍ୟଭେଦ ପାଇଁ ଆରମ୍ଭ ହୋଇଥିଲା ପ୍ରତିଯୋଗିତା । ମାଟି ହାଣ୍ଡିରେ ମାଣିଙ୍କେଶ୍ୱରୀଙ୍କ ପ୍ରସାଦ ଥାଏ । ଏହି ପ୍ରତିଯୋଗିତାରେ ଅନେକ ଯୁବକ ସାମିଲ ହୋଇଥିବା ବେଳେ ଚଳିତ ବର୍ଷ କଳାହାଣ୍ଡି ରାଜ ପରିବାର ଯୁବରାଜ ଫତେ କେଶରୀ ଦେଓ ଲାଖ ଭେଦ କରିଥିଲେ। ପରେ ଛତ୍ର ଜେନା ବାଦ୍ୟ ତାଳେ ତାଳେ ମନ୍ଦିର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଥିଲେ ।

ରୀତିନୀତି ଅନୁଯାୟୀ ରାଜ ପରିବାର ସଦସ୍ୟଙ୍କୁ ଅଭିଷିକ୍ତ ବ୍ରାହ୍ମଣ ମାନେ ଅପରାଜିତା ମନ୍ତ୍ରରେ ରାଜ୍ୟାଭିଷେକ କରାଇଥାନ୍ତି। ପରେ ପରେ ମୂଳାଷ୍ଟମୀଠାରୁ ମାଣିକେଶ୍ୱରୀଙ୍କୁ ମୁଣ୍ଡବସା ପର୍ବରୁ ଆରମ୍ଭ ହୋଇଥିବା ଦଶହରା ପର୍ବରେ ରକ୍ତମୁଖା ହୋଇଥିବା ଦେବୀଙ୍କୁ ଶାନ୍ତ କରାଇବା ପାଇଁ ମନ୍ଦିର ଦ୍ୱାରରେ କଣ୍ଟାବାଡ ଦିଆଯାଇଥାଏ। ଆସନ୍ତା କୁମାର ପୂର୍ଣ୍ଣମୀରେ ଦେବୀଙ୍କ କଣ୍ଟାବାଡ ଫିଟା ଅନୁଷ୍ଠିତ ହେବ। ଲାଖମରା ପର୍ବକୁ ନେଇ ଶ୍ରଦ୍ଧାଳୁ ଓ ପ୍ରତିଯୋଗୀଙ୍କ ମଧ୍ୟରେ ବେଶ ଆନନ୍ଦ ଓ ଉତ୍ସାହ ଦେଖାଦେଇଥିବା ବେଳେ ବିଗତ ଦୁଇ ବର୍ଷ ଧରି କୋଭିଡ କଟକଣା ଯୋଗୁ ଶ୍ରଦ୍ଧାଳୁ ଏହି ପର୍ବରେ ସାମିଲ ହେବାରୁ ବଞ୍ଚିତ ହୋଇଥିଲେ। ହେଲେ ଚଳିତ ବର୍ଷ କଟକଣା ମୁକ୍ତ ହେବାରୁ ଶହ ଶହ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri