ଆଜି ବିଶ୍ୱ ରକ୍ତଦାତା ଦିବସ: ସମ୍ମିଳିତ ଉଦ୍ୟମର ଆବଶ୍ୟକତା ରହିଛି

ମନୁଷ୍ୟ ଶରୀରରେ ରକ୍ତର ଆବଶ୍ୟକତା କେତେ ରହିଛି ତାହା କହିବା ଅନାବଶ୍ୟକ। ବିଶେଷଭାବରେ ଗୁରୁତର ଦୁର୍ଘଟଣାର ଶିକାର ହୋଇଥିବା କିମ୍ବା ଅପରେଶନ ସମୟ ବ୍ୟତୀତ ଆହୁରି କେତେକ ସ୍ଥଳରେ ଆକ୍ରାନ୍ତ ବ୍ୟକ୍ତି ପାଇଁ ରକ୍ତର ଆବଶ୍ୟକତା ପଡ଼ିଥାଏ। ବ୍ଲଡ ଗ୍ରୁପ୍‌ ଅନୁସାରେ ଯୋଗାଡ କରାଯାଇଥିବା ରକ୍ତ ତାଙ୍କୁ ଯୋଗାଇ ଦିଆଯାଏ। ରକ୍ତଦାନ ପାଇଁ ଅନେକ ବ୍ୟକ୍ତି ସ୍ବତଃ ଆଗେଇ ଆସିଥାଆନ୍ତି। ତେଣୁ ରକ୍ତର ମୂଲ୍ୟ କେତେ ଆମେ ତାହା ଜାଣିବା ନିହାତି ଦରକାର। ଏ ନେଇ ଜନସାଧାରଣଙ୍କୁ ସଚେତନ କରାଇବା ଲାଗି ପ୍ରତିବର୍ଷ ଜୁନ୍‌ ୧୪ରେ ପାଳିତ ହୋଇଥାଏ ‘ବିଶ୍ୱ ରକ୍ତଦାତା ଦିବସ’। ଉକ୍ତ ଦିବସ ଅବସରରେ ସରକାରୀ ଏବଂ ବେସରକାରୀ ସ୍ତରରେ ଅନେକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ରକ୍ତ ଏବଂ ରକ୍ତଦାନର ମହତ୍ତ୍ୱ ସମ୍ପର୍କରେ ସେଚେତନ କରାଯାଏ। ଚଳିତ ବର୍ଷ ଉକ୍ତ ଦିବସ ଲାଗି ବାର୍ତ୍ତା ରହିଛି-‘ରକ୍ତ ଦାନ କର, ଆଶାର ସଞ୍ଚାର କର : ଆମେ ମିଳିତ ଭାବରେ ଜୀବନ ବଞ୍ଚାଇବା’। ୧୯୦୧ ମସିହାରେ ଡା. କାରଲ ଲ୍ୟାଣ୍ଡଷ୍ଟେନର ଗବେଷଣା କରି ମନୁଷ୍ୟ ଶରୀରରେ ‘ଏ, ବି ଏବଂ ଓ’ ରକ୍ତ ଗ୍ରୁପର ଆବିଷ୍କାର କରିଥିଲେ। ୧୯୦୨ ମସିହାରେ ଡା ଲ୍ୟାଣ୍ଡଷ୍ଟେନରଙ୍କର ଦୁଇ ଜଣ ଛାତ୍ର ଓ ଅଧସ୍ତନ ବୈଜ୍ଞାନିକ ଡା. ଷ୍ଟରଲି ଏବଂ ଡା. ଡିକାଷ୍ଟେଲୋ ‘ଏବି’ ନାମକ ଚତୁର୍ଥ ରକ୍ତ ଗ୍ରୁପର ଆବିଷ୍କାର କରିଥିଲେ। ଏଥିପାଇଁ ଡା. କାରଲ ଲ୍ୟାଣ୍ଡଷ୍ଟେନରଙ୍କୁ ୧୯୩୦ରେ ଭେଷଜ ବିଜ୍ଞାନ ଲାଗି ସମ୍ମାନଜନକ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା। ସେ ୧୮୬୫ ମସିହା ଜୁନ ୧୪ରେ ଅଷ୍ଟ୍ରିଆର ରାଜଧାନୀ ଭିଏନାଠାରେ ଜନ୍ମ ଗ୍ରହଣ କରିଥିଲେ ଏବଂ ୧୯୪୩ ମସିହାରେ ତାଙ୍କର ଦେହାନ୍ତ ହୋଇଥିଲା। ଡା. ଲ୍ୟାଣ୍ଡଷ୍ଟେନରଙ୍କୁ ସବୁଦିନ ମନେ ରଖିବା ପାଇଁ ତାଙ୍କର ଜନ୍ମ ଦିନକୁ ୨୦୦୪ରୁ‘ବିଶ୍ୱ ରକ୍ତଦାତା ଦିବସ’ ରୂପେ ପାଳନ କରାଯାଉଛି। ରକ୍ତଦାନ ଦ୍ୱାରା ଆମେ ଜଣେ ବ୍ୟକ୍ତିଙ୍କର ଜୀବନ ବଞ୍ଚାଇବାରେ ଅନେକାଂଶରେ ସହାୟତା କରିପାରିବା-ଏକଥା ସମସ୍ତେ ହୃଦୟଙ୍ଗମ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri