
ପୁରୀ,୫।୭: ଆଜି ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା। ଦାରୁବିଗ୍ରହ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଘଣ୍ଟଘଣ୍ଟା ଧ୍ୱନୀରେ ପ୍ରକମ୍ପିତ ହୋଇ ପଡୁଛି ବଡ଼ଦାଣ୍ଡ। ଭାବବିହ୍ବଳ ଭକ୍ତ।
ଗଜପତି ମହାରାଜାଙ୍କ ଛେରାପହଁରା ପରେ ପ୍ରଥମେ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭ କରିଥିଲା। ଧାର୍ଯ୍ୟ ସମୟଠାରୁ ପ୍ରାୟ ୧ ଘଣ୍ଟା ଆଗରୁ ରଥ ଟଣା ଆରମ୍ଭ ହୋଇଛି।
ଆଗେ ଆଗେ ପ୍ରଭୁ ବଳଭଦ୍ର, ମଝିରେ ଭଉଣୀ ସୁଭଦ୍ରା ଏବଂ ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ। ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିବା ବେଳ କଡ଼ା ସୁରକ୍ଷାରେ ଚାଲିଛି ରଖ ଟଣା।