ଆଜି ବିଶ୍ୱ ଧଳାବାଡ଼ି ଦିବସ: ‘ଧଳାବାଡ଼ି ହେଉଛି ହୃଦୟର ସ୍ପନ୍ଦନ’

ପୁରୁଣା ଭୁବନେଶ୍ୱର,୧୪ା୧୦(ସୁବାସ ଚନ୍ଦ୍ର ପ୍ରଧାନ)ରବିବାର ବିଶ୍ୱ ଧଳାବାଡ଼ି ଦିବସ। ଏହି ଦିବସ ପାଳନ ପୂର୍ବରୁ ଅର୍ଥାତ୍‌ ଶନିବାର ରାଜାରାଣୀ ମନ୍ଦିର ପରିସରରେ ଫୁଲ, ଚନ୍ଦନ, ସିନ୍ଦୂର ଦେଇ ଧଳାବାଡ଼ିକୁ ସମ୍ମାନର ସହ ପୂଜା କରିଛନ୍ତି ରାଜ୍ୟର କେତେଜଣ ଦୃଷ୍ଟିବାଧିତ ଖେଳାଳି। ଧଳାବାଡ଼ି ହେଉଛି ହୃଦୟର ସ୍ପନ୍ଦନ, ଆମ ସ୍ବାଭିମାନ ଓ ବନ୍ଧୁପରି। ସର୍ବଦା ଏହା ବିପଦଆପଦରେ ସାହା ହୋଇଥାଏ। ଏହି ବାଡ଼ି ଦ୍ୱାରା ବିଶ୍ୱକୁ ଜିଣିପାରିବା ବୋଲି ଯୋଗଦେଇଥିବା ଖେଳାଳିମାନେ ମତବ୍ୟକ୍ତ କରିଥିଲେ। ଦୃଷ୍ଟିବାଧିତଙ୍କ ବିକାଶ ଲାଗି କାର୍ଯ୍ୟ କରୁଥିବା ସାମାଜିକ ଅନୁଷ୍ଠାନ ‘ବୁଲ୍‌ସଆଇ’ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମ୍ପାଦକ ତଥା ରାଜ୍ୟର ପ୍ରଥମ ଦୃଷ୍ଟିବାଧିତ ପାରାସେଲର ବାପିନା ନାୟକ ଯୋଗଦେଇ କହିଥିଲେ, ରାଜ୍ୟରେ ପାଖାପାଖି ୭୦ପ୍ରତିଶତ ଦୃଷ୍ଟିବାଧିତ ବ୍ୟକ୍ତି ଧଳାବାଡ଼ି ବ୍ୟବହାର କରନ୍ତି ନାହିଁ। ରାଜ୍ୟ ସରକାର ଦୃଷ୍ଟିବାଧିତଙ୍କୁ ମାଗଣାରେ ଧଳାବାଡ଼ି ଯୋଗାଇ ଦେଉଛନ୍ତି। କିନ୍ତୁ ଏହି ବାଡ଼ିକୁ ଧରି ଚାଲିବାର ଯେଉଁସବୁ ପ୍ରଶିକ୍ଷଣ କୌଶଳ ଆବଶ୍ୟକ ଥାଏ ତାହା ରାଜ୍ୟରେ ଉପଲବ୍ଧ ନାହିଁ। ଓରିଏଣ୍ଟେଶନ ମୋବିଲିଟି ଟ୍ରେନିଂ କିମ୍ବା ଦକ୍ଷ ପ୍ରଶିକ୍ଷକ ନାହାନ୍ତି। ତେବେ ପ୍ରତି ଜିଲାରେ ପ୍ରଶିକ୍ଷଣ କେନ୍ଦ୍ର ଖୋଲିବାକୁ ସାମାଜିକ କର୍ମୀ ସୁଶାନ୍ତ ସାହୁ ସରକାରଙ୍କ ନିକଟରେ ଦାବି କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ‘ବୁଲ୍‌ସଆଇ’ର ଅଧ୍ୟକ୍ଷ ତ୍ରିଲୋଚନ ବେଉରା, କୋଷାଧ୍ୟକ୍ଷ ପ୍ରିୟବ୍ରତ ପଣ୍ଡା, ବରିଷ୍ଠ ପରାମର୍ଶଦାତା ଚନ୍ଦ୍ରଶେଖର ପାଲ୍‌, ଅମରନାଥ ସିଂସାମନ୍ତ ଯୋଗଦେଇ ଧଳାବାଡ଼ିର ମହତ୍ୱ ଉପରେ ଆଲୋକପାତ କରିଥିଲେ। ସାମାଜିକ କର୍ମୀ ସନ୍ତୋଷ କୁମାର ଜେନା, ଚନ୍ଦନ କୁମାର ପାହାଡ଼ସିଂ, ରଞ୍ଜନ ଦଳେଇ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri