ଆଜି ଗଞ୍ଜାମକୁ ପଛରେ ପକାଇଲା ଖୋର୍ଦ୍ଧା

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବାରୁ ଏହା ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ୨୯ଟି ଜିଲାରୁ ସର୍ବାଧିକ ୧୮୩୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଗଞ୍ଜାମରୁ ୨୭୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୯୮ ଜଣ ଚିହ୍ନଟ ହୋଇଛନ୍ତି। ଫଳରେ ଦିନକରେ ଆକ୍ରାନ୍ତ ଚିହ୍ନଟରେ ଗଞ୍ଜାମକୁ ପଛରେ ପକାଇଛି ଖୋର୍ଦ୍ଧା। ଯାହାକି ଚିନ୍ତାଜନକ ବିଷୟ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦ରେ ପହଞ୍ଚିଥିବା ବେଳେ ୨୬,୮୮୭ ଜଣ ସୁସ୍ଥ ହୋଇଛନ୍ତି। ୧୫,୩୭୦ ଜଣ ଚିକିତ୍ସିତ ହେଉଛନ୍ତି। ୨୪୭ ଜଣଙ୍କ ମୃତ୍ୟୁ ଘଟିଛି।  ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୫୯ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୫,୮୨୮ରେ ପହଞ୍ଚିଛି। ଖୋର୍ଦ୍ଧାର ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨,୬୧୫ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୩,୧୭୫ ଜଣ ଚିକିତ୍ସିତ ହେଉଛି। ୩୧ ଜଣଙ୍କ କରୋନା ଜନିତ ମୃତ୍ୟୁ ଘଟିସାରିଲାଣି। ଅନ୍ୟାନ୍ୟ କାରଣରୁ ଏହି ଜିଲାରୁ ଆଉ ୮ ଜଣଙ୍କ ମଧ୍ୟ ଜୀବନ ଯାଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ…

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri