ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ, ଜାଣନ୍ତୁ ଏହି ବେଶର ମାହାତ୍ମ୍ୟ…

ପୁରୀ ୨୭।୧୦(ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଶ୍ରୀମନ୍ଦିରରେ ଦାରୁ ବିଗ୍ରହଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କ ହରିହର ବେଶ ଆରମ୍ଭ ହେବ । ସେବକମାନେ ବଡ ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରିବେ ।

ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧାଦାମୋଦର ବେଶରେ ଦର୍ଶନ ଦେଇଥିବା ବେଳେ ବଡ ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ବଡଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଇଥିବା ବେଳେ ହରିଙ୍କ ସହ ହରଙ୍କ ଆତ୍ମୀୟତ ଏହି ବେଶରେ ପ୍ରକୋଟିତ ହୋଇଥାଏ ।

ଶାସ୍ତ୍ରରେ ମଧ୍ୟ ହରି ଓ ହର ଅଭିନ୍ନ ବୋଲି ପ୍ରମାଣ ରହିଛି। ଏହା ହିଁ ହରିହର ଦେଶରେ ହର ଏବଂ ହରି ଅଭିନ୍ନ ବୋଲି ଦର୍ଶାଇଥାଏ । ଏହି ବେଶରେ ବଡଠାକୁର ଅଧେକ କଳା ଓ ଅଧେକ ଧଳା ବସ୍ତ୍ରରେ ଭୂଷିତ ହୋଇଥାନ୍ତି । ଏହି ବେଶରେ ବଡ଼ଠାକୁର ୩୨ପ୍ରକାରରୁ ଊର୍ଦ୍ଧ୍ୱ ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ। ସୂଚନାଯୋଗ, କାର୍ତ୍ତିକ ଅମାବାସ୍ୟା ବା ଦୀପାବଳୀ ଅମାବାସ୍ୟା ପରଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁ ସୋମବାର ପଡେ ସେହିଦିନ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri