ଆଜି ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ହେବ ଲକ୍ଷାଧିକ ଭକ୍ତଙ୍କ ସମାଗମ

ଭବାନୀପାଟଣା,୨।୧୦(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଗତ ୨ବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ମା’ଙ୍କ ଛତର ଯାତ୍ରା ହୋଇଥିଲା। ହେଲେ ଚଳିତ ବର୍ଷ ପାର୍ବଣରେ କଟକଣା ନ ଥିବାରୁ ଏହି ଛତର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ ବୋଲି ପ୍ରଶାସନ ପକ୍ଷରୁ ଆକଳନ କରାଯାଇଛି।

ଭୋର୍‌ ୫ଟାରୁ ମା’ଙ୍କ ଛତର ଜେନାଖାଳରୁ ବାହାରି ମନ୍ଦିର ଅଭିମୁଖେ ଯିବ। ଯାତ୍ରାକୁ ଶୃଙ୍ଖଳିତ କରିବା ସହ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି କଳାହାଣ୍ଡି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଛତର ଯାତ୍ରା ପାଇଁ ୨୦ ପ୍ଲାଟୁନ ପୋଲିସ ଫୋର୍ସ, ଅତିରିକ୍ତ ଏସ୍‌ପି, ୮ ଡିଏସ୍‌ପି, ୧୮ ଆଇଆଇସି, ୩୨ ଏସ୍‌ଆଇ, ୫୦ ଏଏସ୍‌ଆଇଙ୍କୁ ମୁତୟନ କରାଯିବ। ସେହିପରି ଯାତ୍ରାରେ ୨୨ଟି ସାଂସ୍କୃତିକ ଦଳ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅନ୍ୟପକ୍ଷେ କଳାହାଣ୍ଡି ଏସ୍‌ପି ଅଭିଳାଶ ଜି ଶାନ୍ତିଶୃଙ୍ଖଳାର ସହ ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ଦର୍ଶନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?