ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ଅପରାହ୍ନ ୪ରୁ ରାତି ୮ ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ପୁରୀ ଅଫିସ ୧ା୮: ଶ୍ରାବଣ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ଅପରାହ୍ନ ୪ଟାରୁ ରାତିି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ସୋମବାର ମଧ୍ୟାହ୍ନ ଧୂପ ସହ ଦ୍ୱିତୀୟ ଭୋଗମଣ୍ଡପ ଓ ମଇଲମ ନୀତି ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିବେ। ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସାରି ଦଇତାପତିମାନେ ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢ଼ିବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ଓ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସହ ରାତ୍ର ପହୁଡ଼ ନୀତି ସମ୍ପନ୍ନ ହେବ। ପରମ୍ପରା ଅନୁଯାୟୀ, ଖସାପଡ଼ା ନୀତି ପାଇଁ ରବିବାର ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଛନ୍ତି। ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇ ଦେଇଛନ୍ତି। ଏହି ଧଳାକନା, ଖଳି ଓ କଇଁଥ ଅଠାକୁ ବ୍ୟବହାର କରି ଦଇତାପତି ସେବକମାନେ ଗୁପ୍ତନୀତି ସମ୍ପାଦନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri