ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ଅପରାହ୍ନ ୪ରୁ ରାତି ୮ ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ପୁରୀ ଅଫିସ ୧ା୮: ଶ୍ରାବଣ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ଅପରାହ୍ନ ୪ଟାରୁ ରାତିି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ସୋମବାର ମଧ୍ୟାହ୍ନ ଧୂପ ସହ ଦ୍ୱିତୀୟ ଭୋଗମଣ୍ଡପ ଓ ମଇଲମ ନୀତି ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିବେ। ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସାରି ଦଇତାପତିମାନେ ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢ଼ିବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ଓ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସହ ରାତ୍ର ପହୁଡ଼ ନୀତି ସମ୍ପନ୍ନ ହେବ। ପରମ୍ପରା ଅନୁଯାୟୀ, ଖସାପଡ଼ା ନୀତି ପାଇଁ ରବିବାର ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଛନ୍ତି। ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇ ଦେଇଛନ୍ତି। ଏହି ଧଳାକନା, ଖଳି ଓ କଇଁଥ ଅଠାକୁ ବ୍ୟବହାର କରି ଦଇତାପତି ସେବକମାନେ ଗୁପ୍ତନୀତି ସମ୍ପାଦନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri