ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ମମତା ବାନାର୍ଜୀ

ପୁରୀ ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସଡ଼କ ପଥରେ ପୁରୀ ଗସ୍ତ କରିଛନ୍ତି। ସେଠାରେ ୨ଦିନ ଅବସ୍ଥାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ପରେ ୨୩ତାରିଖରେ ଭୁବନେଶ୍ୱର ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ଭେଟିବା କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ଅପରାହ୍ନରେ ମମତା ପୁରୀ ଆସି ନିର୍ମାଣ ନିବାସରେ ଅବସ୍ଥାନ କରିଛନ୍ତି। ବୁଧବାର ଅପରାହ୍ନ ୪ଟାରେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନାରୂଢ଼ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିବା ସହ କିଛି ସମୟ ମନ୍ଦିର ପରିସରରେ ଅତିବାହିତ କରିବେ ବୋଲି ତାଙ୍କ କୌଳିକ ଗୁରୁ ଜଗନ୍ନାଥ ସ୍ବାଇଁ ମହାପାତ୍ର ସୂଚନା ଦେଇଛନ୍ତି। ଅପରପକ୍ଷରେ ମମତାଙ୍କ ଗସ୍ତକୁ ନଜରରେ ରଖି ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ପ୍ରୋଟୋକଲ ଅନୁଯାୟୀ ସମସ୍ତ ବ୍ୟବସ୍ଥା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମମତା ମଙ୍ଗଳବାର ଅପରାହ୍ନ ୪ଟା ୧୫ରେ କାର୍‌ ଯୋଗେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ପୁରୀ ନିର୍ମାଣ ନିବାସରେ ପହଞ୍ଚତ୍ବା ପରେ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ ସାହୁ, ଏସ୍‌ପି କେ.ବିଶାଲ ସିଂହ, ଉପଜିଲାପାଳ ଭବତାରଣ ସାହୁ, ଦଇତାପତି ନିଯୋଗ ସମ୍ପାଦକ ତଥା ମମତାଙ୍କ କୌଳିକ ପଣ୍ଡା ରାମକୃଷ୍ଣ ଦାସ ମହାପାତ୍ର ପ୍ରମୁଖ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଖଣ୍ଡୁଆ ପାଟ ଦେଇ ସ୍ବାଗତ କରିଥିଲେ। ସେ ରାତିରେ ମହାପ୍ରସାଦ ସେବନ କରିଥିବା ସୂଚନା ମିଳିଛି।
କାର୍ଯ୍ୟକ୍ରମ ଅନୁଯାୟୀ ବୁଧବାର ଅପରାହ୍ନ ୩ଟା ୪୦ରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ମା’ ଲକ୍ଷ୍ମୀ, ବିମଳା ଓ ଅନ୍ୟାନ୍ୟ ପାଶର୍‌ବ ଦେବଦେବୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା କାର୍ଯ୍ୟକ୍ରମ ରହିଛି। ମମତା ବୁଧବାର ଶ୍ରୀମନ୍ଦିର ଗସ୍ତ ବେଳେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ଛତିଶା ନିଯୋଗ, ଶ୍ରୀମନ୍ଦିର ପ୍ରଶାସନ, ସେବାୟତମାନେ ମନ୍ଦିର ମଧ୍ୟକୁ ପାଛୋଟି ନେବେ। ଶ୍ରୀମନ୍ଦିରରେ ପ୍ରାୟ ୨ ଘଣ୍ଟା ରହିବାଦ୍‌ କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ପୁରୀ ବଳିଆପଣ୍ଡା ଅଞ୍ଚଳରେ ଥିବା ସିପସରୁବାଲି ମୌଜାରେ ୫ଏକର ଜମିରେ ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଏକ ଅତିଥି ଭବନ ନିର୍ମାଣ ପାଇଁ ଜମି ଦେଖିବା ସହ ଜିଲା ପ୍ରଶାସନ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପୂର୍ବରୁ ରାଜ୍ୟ ସରକାର ଏକ ଜାଗା ଦେଇଥିଲେ ମଧ୍ୟ ଉକ୍ତ ସ୍ଥାନ ଅତିଥି ଭବନ ନିର୍ମାଣ ପାଇଁ ଉପଯୁକ୍ତ ନ ଥିବାରୁ ତାହାକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା। ଏବେ ଓଡ଼ିଶା ସରକାର ଅତିଥି ଭବନ ପାଇଁ ବଳିଆପଣ୍ଡା ଠାରେ ଅନ୍ୟ ଏକ ଜାଗା ଦେଇଛନ୍ତି, ତାକୁ ମମତା ଦେଖିବାକୁ ଯିବାର ଅଛି। ବୋଲି ମମତାଙ୍କ କୌଳିକ ପଣ୍ଡା ରାମକୃଷ୍ଣ ଦାସ ମହାପାତ୍ର ସୂଚନା ଦେଇ କହିଛନ୍ତି। ମମତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନିର୍ମାଣ ନିବାସ ପାଖରେ ଥିବା ଗାନ୍ଧୀ ସ୍ମୃତିପୀଠ ତଥା ଗାନ୍ଧୀ ପାର୍କକୁ ଦୁଇଦିନ ଅର୍ଥାତ୍‌ ମମତା ପୁରୀରେ ଅବସ୍ଥାନ କରିବା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରବେଶ ଉପରେ ରୋକ୍‌ ଲଗାଯାଇଛି। ସୂଚନାଯୋଗ୍ୟ, ୨୦୨୦ ଫେବୃୟାରୀ ୨୬ରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri