ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ମମତା ବାନାର୍ଜୀ

ପୁରୀ ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସଡ଼କ ପଥରେ ପୁରୀ ଗସ୍ତ କରିଛନ୍ତି। ସେଠାରେ ୨ଦିନ ଅବସ୍ଥାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ପରେ ୨୩ତାରିଖରେ ଭୁବନେଶ୍ୱର ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ଭେଟିବା କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ଅପରାହ୍ନରେ ମମତା ପୁରୀ ଆସି ନିର୍ମାଣ ନିବାସରେ ଅବସ୍ଥାନ କରିଛନ୍ତି। ବୁଧବାର ଅପରାହ୍ନ ୪ଟାରେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନାରୂଢ଼ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିବା ସହ କିଛି ସମୟ ମନ୍ଦିର ପରିସରରେ ଅତିବାହିତ କରିବେ ବୋଲି ତାଙ୍କ କୌଳିକ ଗୁରୁ ଜଗନ୍ନାଥ ସ୍ବାଇଁ ମହାପାତ୍ର ସୂଚନା ଦେଇଛନ୍ତି। ଅପରପକ୍ଷରେ ମମତାଙ୍କ ଗସ୍ତକୁ ନଜରରେ ରଖି ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ପ୍ରୋଟୋକଲ ଅନୁଯାୟୀ ସମସ୍ତ ବ୍ୟବସ୍ଥା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମମତା ମଙ୍ଗଳବାର ଅପରାହ୍ନ ୪ଟା ୧୫ରେ କାର୍‌ ଯୋଗେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ପୁରୀ ନିର୍ମାଣ ନିବାସରେ ପହଞ୍ଚତ୍ବା ପରେ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ ସାହୁ, ଏସ୍‌ପି କେ.ବିଶାଲ ସିଂହ, ଉପଜିଲାପାଳ ଭବତାରଣ ସାହୁ, ଦଇତାପତି ନିଯୋଗ ସମ୍ପାଦକ ତଥା ମମତାଙ୍କ କୌଳିକ ପଣ୍ଡା ରାମକୃଷ୍ଣ ଦାସ ମହାପାତ୍ର ପ୍ରମୁଖ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଖଣ୍ଡୁଆ ପାଟ ଦେଇ ସ୍ବାଗତ କରିଥିଲେ। ସେ ରାତିରେ ମହାପ୍ରସାଦ ସେବନ କରିଥିବା ସୂଚନା ମିଳିଛି।
କାର୍ଯ୍ୟକ୍ରମ ଅନୁଯାୟୀ ବୁଧବାର ଅପରାହ୍ନ ୩ଟା ୪୦ରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ମା’ ଲକ୍ଷ୍ମୀ, ବିମଳା ଓ ଅନ୍ୟାନ୍ୟ ପାଶର୍‌ବ ଦେବଦେବୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା କାର୍ଯ୍ୟକ୍ରମ ରହିଛି। ମମତା ବୁଧବାର ଶ୍ରୀମନ୍ଦିର ଗସ୍ତ ବେଳେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ଛତିଶା ନିଯୋଗ, ଶ୍ରୀମନ୍ଦିର ପ୍ରଶାସନ, ସେବାୟତମାନେ ମନ୍ଦିର ମଧ୍ୟକୁ ପାଛୋଟି ନେବେ। ଶ୍ରୀମନ୍ଦିରରେ ପ୍ରାୟ ୨ ଘଣ୍ଟା ରହିବାଦ୍‌ କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ପୁରୀ ବଳିଆପଣ୍ଡା ଅଞ୍ଚଳରେ ଥିବା ସିପସରୁବାଲି ମୌଜାରେ ୫ଏକର ଜମିରେ ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଏକ ଅତିଥି ଭବନ ନିର୍ମାଣ ପାଇଁ ଜମି ଦେଖିବା ସହ ଜିଲା ପ୍ରଶାସନ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପୂର୍ବରୁ ରାଜ୍ୟ ସରକାର ଏକ ଜାଗା ଦେଇଥିଲେ ମଧ୍ୟ ଉକ୍ତ ସ୍ଥାନ ଅତିଥି ଭବନ ନିର୍ମାଣ ପାଇଁ ଉପଯୁକ୍ତ ନ ଥିବାରୁ ତାହାକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା। ଏବେ ଓଡ଼ିଶା ସରକାର ଅତିଥି ଭବନ ପାଇଁ ବଳିଆପଣ୍ଡା ଠାରେ ଅନ୍ୟ ଏକ ଜାଗା ଦେଇଛନ୍ତି, ତାକୁ ମମତା ଦେଖିବାକୁ ଯିବାର ଅଛି। ବୋଲି ମମତାଙ୍କ କୌଳିକ ପଣ୍ଡା ରାମକୃଷ୍ଣ ଦାସ ମହାପାତ୍ର ସୂଚନା ଦେଇ କହିଛନ୍ତି। ମମତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନିର୍ମାଣ ନିବାସ ପାଖରେ ଥିବା ଗାନ୍ଧୀ ସ୍ମୃତିପୀଠ ତଥା ଗାନ୍ଧୀ ପାର୍କକୁ ଦୁଇଦିନ ଅର୍ଥାତ୍‌ ମମତା ପୁରୀରେ ଅବସ୍ଥାନ କରିବା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରବେଶ ଉପରେ ରୋକ୍‌ ଲଗାଯାଇଛି। ସୂଚନାଯୋଗ୍ୟ, ୨୦୨୦ ଫେବୃୟାରୀ ୨୬ରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?