ପିଜି ସ୍ପଟ୍‌ ନାମଲେଖା ପାଇଁ ଆଜି ମେଧା ତାଲିକା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ସ୍ପଟ୍‌ ନାମଲେଖା ପାଇଁ ସୋମବାର ଅପରାହ୍ନ ୪ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରଙ୍କୁ ୧୧ରୁ ୧୨ ତାରିଖ ଅପରାହ୍ନ ୫ଟା ମଧ୍ୟରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ କରିବାକୁ ପଡ଼ିବ। ୧୮ ତାରିଖ ଅପରାହ୍ନ ୪ଟାରେ ସ୍ପଟ ନାମଲେଖା ପାଇଁ ସିଟ୍‌ ଆବଣ୍ଟନ ତାଲିକା ବାହାରିବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୧୯ ଓ ୨୦ ତାରିଖରେ ନାମ ଲେଖାଇବେ। ୨୧ ତାରିଖ ଅପରାହ୍ନ ୫ଟା ସୁଦ୍ଧା ସ୍ପଟ୍‌ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ତଥ୍ୟ ସମ୍ପୃକ୍ତ ଶିକ୍ଷାନୁଷ୍ଠାନଗୁଡ଼ିକ ଇ-ସ୍ପେସ୍‌ରେ ଅପଲୋଡ୍‌ କରିବେ।
ସୂଚନାଯୋଗ୍ୟ, ଦୁଇଟି ପର୍ଯ୍ୟାୟରେ ପିଜି ନାମଲେଖା ଶେଷ ହୋଇଥିବାବେଳେ ବଳକା ସିଟ୍‌ ପାଇଁ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ସେପଟେ ବହୁ ବିଳମ୍ବ ହୋଇଯାଇଥିବାରୁ ଆସନ୍ତା ୧୭ ତାରିଖରୁ ପିଜି ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ। ଏହି ତାରିଖ ସୁଦ୍ଧା ନୂଆ ଛାତ୍ରୀଛାତ୍ରଙ୍କୁ ହଷ୍ଟେଲ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri