ଆଜି ନବୀନ ପାଇବେ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର,୪।୯(ବ୍ୟୁରୋ): ଦୃଢ଼ ନେତୃତ୍ୱ ପାଇଁ ଶ୍ରେଷ୍ଠ ଶାସକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନ ମିଳିବ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ସେଣ୍ଟର ଅଡିଟୋରିୟମଠାରେ ରବିବାର ପୂର୍ବାହ୍ନ ୧୦ଟାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ। ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କଠାରୁ ମୁଖ୍ୟମନ୍ତ୍ରୀ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିବେ। ଏହି ମୁହୂର୍ତ୍ତକୁ ସ୍ମରଣୀୟ କରିବା ସକାଶେ ବିଜେଡି ପକ୍ଷରୁ ଏକ ବଡ଼ଧରଣର ଯୋଜନା ପ୍ରସ୍ତୁତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ସବୁ ଜିଲାର ବିଜେଡି ଯୁବ ଏବଂ ଛାତ୍ର ସଭାପତିମାନଙ୍କୁ ନୂଆଦିଲ୍ଲୀ ନିଆଯାଇଛି। ସେଠାରେ ଦଳର କେତେଜଣ ବରିଷ୍ଠ ନେତା ମଧ୍ୟ ରହିଛନ୍ତି। ପାରମ୍ପରିକ ନାଚ, ଗୀତ ଆଦିର ବ୍ୟବସ୍ଥା କରାଯାଇଛି। ପ୍ରବାସୀ ଓଡ଼ିଆ ଏବଂ ବିଜେଡି ନେତାମାନେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦେବେ। ଦିଲ୍ଲୀରେ ରହୁଥିବା ଓଡ଼ିଆଙ୍କ ଜରିଆରେ ସେଠାରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହାସହ ଏପିଜେ ଅବଦୁଲ୍‌ କାଲାମ୍‌ ରୋଡ୍‌ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ମଧ୍ୟ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ଯୋଜନା ହୋଇଛି। ଗୋଟିଏ ଦିନ ସେଠାରେ ରହିବା ପରେ ମୁଖ୍ୟମନ୍ତ୍ରୀ ଆସନ୍ତା ୬ ତାରିଖରେ ଓଡ଼ିଶା ଫେରିବେ। ସେପ୍ଟେମ୍ବର ୬ରେ ମଧ୍ୟ ସମ୍ବର୍ଦ୍ଧନା ଦେବାକୁ ବ୍ୟାପକ ପ୍ରସ୍ତୁତି ସରିଛି। ଏଥିଲାଗି ସବୁ ନିର୍ବାଚନମଣ୍ଡଳୀରୁ ୩୦୦ ପାଖାପାଖି ସ୍ଥାନୀୟ ନେତା ଓ କର୍ମୀଙ୍କୁ ଆଣି ବିମାନବନ୍ଦରଠାରେ ଏକାଠି କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?