ଆଜି ନବୀନ ପାଇବେ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର,୪।୯(ବ୍ୟୁରୋ): ଦୃଢ଼ ନେତୃତ୍ୱ ପାଇଁ ଶ୍ରେଷ୍ଠ ଶାସକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନ ମିଳିବ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ସେଣ୍ଟର ଅଡିଟୋରିୟମଠାରେ ରବିବାର ପୂର୍ବାହ୍ନ ୧୦ଟାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ। ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କଠାରୁ ମୁଖ୍ୟମନ୍ତ୍ରୀ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିବେ। ଏହି ମୁହୂର୍ତ୍ତକୁ ସ୍ମରଣୀୟ କରିବା ସକାଶେ ବିଜେଡି ପକ୍ଷରୁ ଏକ ବଡ଼ଧରଣର ଯୋଜନା ପ୍ରସ୍ତୁତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ସବୁ ଜିଲାର ବିଜେଡି ଯୁବ ଏବଂ ଛାତ୍ର ସଭାପତିମାନଙ୍କୁ ନୂଆଦିଲ୍ଲୀ ନିଆଯାଇଛି। ସେଠାରେ ଦଳର କେତେଜଣ ବରିଷ୍ଠ ନେତା ମଧ୍ୟ ରହିଛନ୍ତି। ପାରମ୍ପରିକ ନାଚ, ଗୀତ ଆଦିର ବ୍ୟବସ୍ଥା କରାଯାଇଛି। ପ୍ରବାସୀ ଓଡ଼ିଆ ଏବଂ ବିଜେଡି ନେତାମାନେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦେବେ। ଦିଲ୍ଲୀରେ ରହୁଥିବା ଓଡ଼ିଆଙ୍କ ଜରିଆରେ ସେଠାରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହାସହ ଏପିଜେ ଅବଦୁଲ୍‌ କାଲାମ୍‌ ରୋଡ୍‌ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ମଧ୍ୟ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ଯୋଜନା ହୋଇଛି। ଗୋଟିଏ ଦିନ ସେଠାରେ ରହିବା ପରେ ମୁଖ୍ୟମନ୍ତ୍ରୀ ଆସନ୍ତା ୬ ତାରିଖରେ ଓଡ଼ିଶା ଫେରିବେ। ସେପ୍ଟେମ୍ବର ୬ରେ ମଧ୍ୟ ସମ୍ବର୍ଦ୍ଧନା ଦେବାକୁ ବ୍ୟାପକ ପ୍ରସ୍ତୁତି ସରିଛି। ଏଥିଲାଗି ସବୁ ନିର୍ବାଚନମଣ୍ଡଳୀରୁ ୩୦୦ ପାଖାପାଖି ସ୍ଥାନୀୟ ନେତା ଓ କର୍ମୀଙ୍କୁ ଆଣି ବିମାନବନ୍ଦରଠାରେ ଏକାଠି କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ମଙ୍ଗଳବାର ଭାଜପା ଷ୍ଟାର ପ୍ରଚାରକ ଲିଷ୍ଟରେ ଅନୁଭବଙ୍କ ନାଁ ଥିଲା।

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri