ଆଜି ନବୀନ ହେବେ ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ରାଜନୈତିକ କ୍ୟାରିୟରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବାକୁ ଯାଉଛନ୍ତି। ଆସନ୍ତା ୨୩ ତାରିଖରେ ଦେଶର ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ ହେବାର ସେ ଗୌରବ ଅର୍ଜନ କରିବେ। ଦେଶର ସର୍ବାଧିକ ସମୟ କ୍ଷମତାରେ ରହିବା ରେକର୍ଡ ସିକିମ୍‌ର ପୂର୍ବତନ ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମ୍ବଲିଂଙ୍କ ନାମରେ ରହିଛି। ସେ ୨୪ ବର୍ଷ ୧୬୬ ଦିନ ମୁଖ୍ୟମନ୍ତ୍ରୀ ଭାବେ ରହିଥିଲେ। ସେହିପରି ଦ୍ୱିତୀୟ ସର୍ବାଧିକ ଶାସନ ରେକର୍ଡ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜ୍ୟୋତି ବସୁଙ୍କ ନାମରେ ରହିଥିଲା। ସେ ପଶ୍ଚିମବଙ୍ଗରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ। ତେବେ ନବୀନ ଶନିବାର ଜ୍ୟୋତି ବସୁଙ୍କ ସମକକ୍ଷ ହୋଇ ଦ୍ୱିତୀୟ ସର୍ବାଧିକ ସମୟ ମୁଖ୍ୟମନ୍ତ୍ରୀ ରୂପେ ନୂଆ ରେକର୍ଡର ଅଧିକାରୀ ହେବେ। ନବୀନ ମଧ୍ୟ ୨୦୨୩ ଜୁଲାଇ ୨୨ ତାରିଖରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ହେବାର ଗୌରବ ଅର୍ଜନ କରୁଛନ୍ତି । ନବୀନ ୨୦୦୦ରୁ ଲଗାତର(୨୦୦୪,୨୦୦୯,୨୦୧୪ ଓ ୨୦୧୯) ୫ମ ଥର ବିଧାନସଭା ନିର୍ବାଚନରେ ବିଜୟୀ ହୋଇ ମୁଖ୍ୟମନ୍ତ୍ରୀ ଅଛନ୍ତି। ସେ କ୍ରମାଗତ ଭାବେ ଗଞ୍ଜାମ ଜିଲାର ହିଞ୍ଜିଳି ବିଧାନସଭା ନିର୍ବାଚନରୁ ବିଜୟୀ ହୋଇ ଆସୁଛନ୍ତି। ଓଡ଼ିଶାବାସୀ ନବୀନଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ଆଜି ସେ ଏହି ଗୌରବ ଅର୍ଜନ କରିଛନ୍ତି ବୋଲି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri