ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା ସୂଚନାରୁ ଜଣାପଡ଼ିଛି।

ମନ୍ଦିରର ପୂଜାପଣ୍ଡା ସେବାୟତ ଏବଂ ବଡୁ ସେବାୟତଙ୍କ ମଧ୍ୟରେ ଗତ କିଛି ଦିନ ହେବ ଅସନ୍ତୋଷ ଲାଗି ରହିଥିଲା। ଶ୍ରାବଣ ସୋମବାର ଭଳି ସ୍ବତନ୍ତ୍ର ଓ ଗୁରୁତ୍ୱପୂର୍ଣ୍ଣ ଦିନରେ ମନ୍ଦିରକୁ ଆସୁଥିବା ଦାନ ଟଙ୍କା ଏବଂ ବିଭିନ୍ନ ପୂଜାନୀତିରୁ ମିଳୁଥିବା ପାଉଣା ଟଙ୍କା ଭାଗବଣ୍ଟାକୁ ନେଇ ଉଭୟ ପକ୍ଷ ମଧ୍ୟରେ ମତଭେଦ ସୃଷ୍ଟି ହୋଇଥିଲା। ଏହି ବିବାଦ ଉଗ୍ର ରୂପ ଧାରଣ କରି ସେବାୟତମାନେ ନିଜର ଦାୟିତ୍ୱରୁ ଓହରି ଯାଇ ନୀତିକାନ୍ତି ବନ୍ଦ କରିଦେଇଛନ୍ତି।

ତେବେ ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁମାନେ ବାବାଙ୍କୁ ଜଳ ଲାଗି କରି ନ ପାରି ନିରାଶ ହୋଇ ଫେରିବାକୁ ବାଧ୍ୟ ହୋଇଛନ୍ତି। ପ୍ରଭୁଙ୍କର ଅବକାଶ ନୀତି ଏବଂ ସକାଳ ଧୂପ ଭଳି ଗୁରୁତ୍ୱପୂର୍ଣ୍ଣ ନୀତି ନ ହେବାରୁ ମନ୍ଦିର ପରିସରରେ ଦୁଃଖଦାୟକ ପରିବେଶ ସୃଷ୍ଟି ହୋଇଛି।

ଉଭୟ ସେବାୟତ ଗୋଷ୍ଠୀଙ୍କୁ ବୁଝାଶୁଝା କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ଶୀଘ୍ର ଏହି ବିବାଦର ସମାଧାନ ନ ହେଲେ ଅନ୍ୟ ସୋମବାରଗୁଡ଼ିକରେ ମଧ୍ୟ ନୀତିକାନ୍ତି ପ୍ରଭାବିତ ହେବାର ଆଶଙ୍କା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?