ଆଜି ଯୁକ୍ତ୨ କଳା, ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇବ। ଏନେଇ ଶୁକ୍ରବାର ସିଏଚ୍‌ଏସଇ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର orissaresults.nic.in ଓ୍ବେବ୍‌ସାଇଟରେ ନିଜ ପରୀକ୍ଷାଫଳ ପାଇପାରିବେ।
ଚଳିତବର୍ଷ କରୋନା ମହାମାରୀ ଯୋଗୁ ଯୁକ୍ତ୨ ପରୀକ୍ଷା ବାତିଲ ହୋଇଥିଲା। ବିକଳ୍ପ ପଦ୍ଧତିରେ ପିଲାଙ୍କର ମୂଲ୍ୟାୟନ କରାଯାଇଛି। ଗତ ଜୁଲାଇ ୩୧ରେ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବାହାରିଥିଲା। ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷାଫଳ ପ୍ରକାଶ କରାଯିବ ବୋଲି ପରିଷଦ ପକ୍ଷରୁ କୁହାଯାଇଥିଲା। ଚଳିତ ବର୍ଷ କଳାରେ ପାସ୍‌ହାର ୯୦% ଉପରେ ରହିବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି। ତେବେ ନିଜ ଫଳାଫଳକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ବୃଦ୍ଧି ପାଇଲେ ସେମାନଙ୍କ ନିମନ୍ତେ କ’ଣ ପଦକ୍ଷେପ ଗ୍ରହଣ କରାଯିବ, ଅଫ୍‌ଲାଇନ୍‌ରେ ପରୀକ୍ଷା କରାଯିବ କି ନାହିଁ ସେ ସମ୍ପର୍କରେ ଆଗାମୀ ଦିନରେ ନିଷ୍ପତ୍ତି ନିଆଯିବ। ସୂଚନାଯୋଗ୍ୟ, ଏଥର ଯୁକ୍ତ୨ ବିଜ୍ଞାନରେ ପାସ୍‌ହାର ୯୫.୧୫% ଥିବାବେଳେ ବାଣିଜ୍ୟରେ ୯୪.୯୬% ପାସ୍‌ହାର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri